Advertisment

ଆଜି ଓଡ଼ିଶା ଆସୁଛନ୍ତି ନୂଆ ରାଜ୍ୟପାଳ, ଶ୍ରୀଜିଉଙ୍କୁ ଦର୍ଶନ କରିବେ

ଆଜି ଓଡ଼ିଶା ଆସୁଛନ୍ତି ନୂଆ ରାଜ୍ୟପାଳ ହରିବାବୁ କମ୍ଭାମପତି । ଭୁବନେଶ୍ୱରରେ ପହଞ୍ଚିବା ପରେ ଶ୍ରୀଜିଉଙ୍କୁ ଦର୍ଶନ କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ କରିବେ।

hari babu kambhampati

hari babu kambhampati

Advertisment

ଆଜି ଓଡ଼ିଶା ଆସୁଛନ୍ତି ନୂଆ ରାଜ୍ୟପାଳ ହରିବାବୁ କମ୍ଭାମପତି । ଭୁବନେଶ୍ୱରରେ ପହଞ୍ଚିବା ପରେ ଶ୍ରୀଜିଉଙ୍କୁ ଦର୍ଶନ କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ କରିବେ।

Advertisment

ଛାତ୍ର ରାଜନୀତିରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ଡଃ କମ୍ଭାମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ ଗିରଫ ହୋଇ ୬ମାସ ଜେଲ୍ ଯାଇଥିଲେ। ସେ ୧୯୯୯ ମସିହାରେ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୨୦୧୪ ମସିହାରେ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିିତ ହୋଇଥିଲେ।

୧୯୫୩ ମସିହା ଜୁନ୍ ୧୫ତାରିଖରେ ଆନ୍ଧ୍ରପ୍ରଦେଶର ପ୍ରକାଶମ୍ ଜିଲ୍ଲାର ଟିମାସମୁଦ୍ରମ ଗାଁରେ ଜନ୍ମିତ କମ୍ଭାମପତି ଆନ୍ଧ୍ରପ୍ରଦେଶ ବିଶ୍ୱବିଦ୍ୟାଳୟରୁ ଇଲେକ୍ଟ୍ରିକାଲ ଆଣ୍ଡ କଣ୍ଟ୍ରୋଲ ସିଷ୍ଟମରେ ମାଷ୍ଟର ଡିଗ୍ରୀ ଓ କଂଟ୍ରୋଲ ସିଷ୍ଟମରେ ଡକ୍ଟରେଟ ଡିଗ୍ରୀ ହାସଲ କରିଛନ୍ତି। ସେ ଆନ୍ଧ୍ରପ୍ରଦେଶ ୟୁନିଭରସିଟି ଇଞ୍ଜିନିୟରିଂ କଲେଜରେ ୨୪ବର୍ଷ ଧରି ଆସୋସିଏଟ୍ ପ୍ରଫେସର ଭାବେ କାର୍ଯ୍ୟ କରିଥିଲେ।

Advertisment

 ଓଡ଼ିଶାର ରାଜ୍ୟପାଳ ଥିବା ଝାଡ଼ଖଣ୍ଡର ବିଜେପି ନେତା ରଘୁବର ଦାସଙ୍କୁ ହଟାଇ ଦିଆଯାଇଛି। ଝାଡ଼ଖଣ୍ଡରେ ବିଜେପିର ପରାଜୟ ପଛରେ ରଘୁବର ଦାସ ଓ ଅନ୍ୟ ଗୋଷ୍ଠୀ ମଧ୍ୟରେ ଛକାପଞ୍ଝା ମୂଳ କାରଣ ବୋଲି ଚର୍ଚ୍ଚା ହେଉଛି। ତା’ଛଡ଼ା ଜଣେ ଓଡ଼ିଆ ଏଏସଓଙ୍କ ପ୍ରତି ରାଜ୍ୟପାଳଙ୍କ ପୁଅର ଅମାନବୀୟ ଆଚରଣକୁ ନେଇ ରାଜ୍ୟର ବିଜେପି ସରକାରକୁ ମଧ୍ୟ ବଦନାମ ମୁଣ୍ଡାଇବାକୁ ପଡ଼ିଥିଲା।

Odisha Governor Dr Hari Babu Kambhampati
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe