Advertisment

କିଏ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ? ଆଜି ହଟିବ ସସପେନ୍ସ

ଆଜି ଓଡ଼ିଶାରେ ପହଞ୍ଚିବେ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୁପିନ୍ଦର ଯାଦବ। ପରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କୁ ନେଇ ବିଧାୟକ ଦଳ ବୈଠକ ବସିବ।

ଅଦ୍ୟତନ ହୋଇଛି
BJP Logo

BJP Logo

Advertisment

ରାଜ୍ୟରେ କିଏ ହେବେ ମୁଖ୍ୟମନ୍ତ୍ରୀ ଆଜି ହଟିବ ସସପେନ୍ସ। ବିଜେପି ବିଧାୟକ ଦଳ ବୈଠକରେ ଆଜି ନାଁ ସ୍ପଷ୍ଟ ହେବ। ଆଜି ଓଡ଼ିଶାରେ ପହଞ୍ଚିବେ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୁପିନ୍ଦର ଯାଦବ। ପରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କୁ ନେଇ ବିଧାୟକ ଦଳ ବୈଠକ ବସିବ। ବୈଠକରେ ବିଜେପି ସରକାରର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।

Advertisment

ବିଧାୟକଙ୍କ ଭିତରୁ କାହା ନାଁରେ ମୋହର ବାଜିବାର ସମ୍ଭାବନା ଥିବାରୁ ବିଧାୟକ ସୁରେଶ ପୂଜାରୀଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଛି। ସେହିପରି ରାଜ୍ୟସଭାପତି ମନମୋହନ ସାମଲଙ୍କ ନାଁ ବି ଚର୍ଚ୍ଚାରେ ରହିଛି। ଏହାସହ ଉପ ମୁଖ୍ୟମନ୍ତ୍ରୀ ଆସନରେ ବି ବିଧାୟକ ମୋହନ ଚରଣ ମାଝୀ ଏବଂ ଜୟ ନାରାୟଣ ମିଶ୍ରଙ୍କ ନାଁକୁ ନେଇ ଚର୍ଚ୍ଚା ଲାଗି ରହିଛି।

ଏହାବାଦ୍ ବିଜେପିର ପ୍ରଥମ ସରକାର ଆଉ ମନ୍ତ୍ରିମଣ୍ଡଳରେ କେଉଁ କେଉଁ ବିଧାୟକଙ୍କୁ ଗୁରୁତ୍ବ ମିଳୁଛି ତାକୁ ନେଇ ବି କଳ୍ପନା ଜଳ୍ପନା ଲାଗି ରହିଛି। ମନ୍ତ୍ରୀ ରେସରେ ହେଭିୱେଟ ଭାବେ ସୁରେଶ ପୂଜାରୀ, କେ.ଭି ସିଂଦେଓ, ଜୟ ନାରାୟଣ ମିଶ୍ର, ମୋହନ ମାଝୀ, ରବି ନାଏକ, ସୂରମା ପାଢୀ ଆଗରେ ରହିଛନ୍ତି। ଏହା ସହ ନୂଆ ମୁହଁ ଭାବେ ପୃଥ୍ୱୀରାଜ ହରିଚନ୍ଦନ, ସୂର୍ଯ୍ୟବଂଶୀ ସୂରଜ, ଲକ୍ଷ୍ମଣ ବାଗ, ସମ୍ପଦ ସ୍ୱାଇଁ, ଦୁର୍ଗା ପ୍ରସନ୍ନ ନାୟକ, ସନାତନ ବିଜୁଳି, ଅମର ନାୟକ, ବିଭୁତି ଜେନା, ସିଦ୍ଧାନ୍ତ ମହାପାତ୍ର, ମୁକେଶ ମହାଲିଙ୍ଗ, ଅଶ୍ୱିନୀ ଷଡଙ୍ଗୀ ଓ ଇରାଶିଷ ଆଚାର୍ଯ୍ୟଙ୍କୁ ବି ଗୁରୁତ୍ୱପୂର୍ଣ୍ଣ ବିଭାଗ ମିଳିପାରେ।

Advertisment

ଆସନ୍ତାକାଲି ସଂଧ୍ୟା ୫ଟାରେ ଭୁବନେଶ୍ବର ଜନତା ମୈଦାନରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଉତ୍ସବରେ ଯୋଗଦେବା ଲାଗି ପିଏମ୍ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସିବା କାର୍ଯ୍ୟକ୍ରମ ରହିଛି। ଏଥିଲାଗି ଜନତା ମଇଦାନରେ ଜୋରସୋରରେ ଚାଲିଛି ପ୍ରସ୍ତୁତି।

Bjp Cmo Of Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe