ନିରଞ୍ଜନ ପଟ୍ଟନାୟକ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ ହୋଇ ପଡ଼ିଛନ୍ତି । ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରସ୍ଥିତ ଆପୋଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଶ୍ରୀ ପଟ୍ଟନାୟକ କେଉଁ କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ସେ ନେଇ ଦଳ ପକ୍ଷରୁ କିଛି କୁହାଯାଇନଥିବାବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଏବେ ରାଜ୍ୟରେ ପୌର ନିର୍ବାଚନ ପ୍ରକ୍ରିୟା ଚାଲିଥିବାବେଳେ ପିସିସି ସଭାପତି […]

Niranjan Patnaik

Ordigital Desk
  • Published: Tuesday, 08 March 2022
  • , Updated: 08 March 2022, 10:33 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ ହୋଇ ପଡ଼ିଛନ୍ତି । ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରସ୍ଥିତ ଆପୋଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଶ୍ରୀ ପଟ୍ଟନାୟକ କେଉଁ କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ସେ ନେଇ ଦଳ ପକ୍ଷରୁ କିଛି କୁହାଯାଇନଥିବାବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଏବେ ରାଜ୍ୟରେ ପୌର ନିର୍ବାଚନ ପ୍ରକ୍ରିୟା ଚାଲିଥିବାବେଳେ ପିସିସି ସଭାପତି ଶ୍ରୀ ପଟ୍ଟନାୟକ ଅସୁସ୍ଥ ହୋଇପଡ଼ିବାକୁ ନେଇ କଂଗ୍ରେସ ଶିବିରରେ ନିରାଶା ଦେଖାଦେଇଛି। ଗତ ପଂଚାୟତ ନିର୍ବାଚନବେଳେ ମଧ୍ୟ ଶ୍ରୀ ପଟ୍ଟନାୟକ କରୋନା ସଂକ୍ରମିତ ହେବାରୁ ପ୍ରଚାର କାର୍ଯ୍ୟରେ ସାମିଲ ହୋଇପାରିନଥିଲେ।

Related story