Advertisment

ଜୁନ୍ ୧ ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ଭୋଟ; ପ୍ରକାଶ ପାଇଲା ବିଜ୍ଞପ୍ତି

ଜୁନ୍ ୧ ତାରିଖରେ ଚତୁର୍ଥ ପର୍ଯ୍ୟାୟ ଭୋଟ ହେବ।

Vote

Vote

Advertisment

ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି। ଏହି ପର୍ଯ୍ୟାୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ ଜଗତସିଂହପୁର ଓ ସମ୍ବଲପୁର ଲୋକସଭା ଆସନ ଓ ଏହା ଅଧିନରେ ଥିବା ବିଧାନସଭା ଆସନରେ ଜୁନ୍ ୧ ତାରିଖରେ ନିର୍ବାଚନ ହେବ। ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ମତଦାନ ହେବ।

Advertisment

ସୂଚନାଯୋଗ୍ୟ,ଏପ୍ରିଲ ୨୯ ତାରିଖରେ ତୃତୀୟ ପର୍ଯ୍ୟାୟ ଭୋଟ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହି ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ଲୋକସଭା ଆସନ ଓ ଏହା ଅଧିନରେ ଥିବା ୪୨ଟି ବିଧାନସଭା ଆସନରେ ମେ’ ୨୫ ତାରିଖରେ ନିର୍ବାଚନ ହେବ।

ସେହିପରି ଏପ୍ରିଲ ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ମେ’ ୨୦ରେ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ହେବ। ସେହିପରି ପ୍ରଥମ ପର୍ଯ୍ୟାୟ ଭୋଟ ମେ’ ୧୩ରେ ହେବ।

Advertisment
Election
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe