Advertisment

ମେ’ ୨୫ରେ ଓଡ଼ିଶାର ତୃତୀୟ ପର୍ଯ୍ୟାୟ ଭୋଟ; ପ୍ରକାଶ ପାଇଲା ବିଜ୍ଞପ୍ତି

ତୃତୀୟ ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ଲୋକସଭା ଆସନ ଓ ଏହା ଅଧିନରେ ଥିବା ୪୨ଟି ବିଧାନସଭା ଆସନରେ ମେ’ ୨୫ ତାରିଖରେ ନିର୍ବାଚନ ହେବ।

Eection

Eection

Advertisment

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି। ଏହି ପର୍ଯ୍ୟାୟରେ ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ଲୋକସଭା ଆସନ ଓ ଏହା ଅଧିନରେ ଥିବା ୪୨ଟି ବିଧାନସଭା ଆସନରେ ମେ’ ୨୫ ତାରିଖରେ ନିର୍ବାଚନ ହେବ। ଏହି ସବୁ ଆସନ ପାଇଁ ଆଜିଠୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇ ମେ’୬ ତାରିଖ ପର୍ଯ୍ୟନ୍ତ ଚାଲିବ।

Advertisment

ମେ’୭ରେ ନାମାଙ୍କନପତ୍ର ଯାଞ୍ଚ ହେବ। ମେ’୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହୋଇପାରିବ। ଏହି ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମୋଟ୍ ୯୪ ଲକ୍ଷ ୪୧ ହଜାର ୭୯୭ଜଣ ଭୋଟର ଥିବାବେଳେ ଏଥିରେ ୪୮ ଲକ୍ଷ ୨୬ ହଜାର ୩୭୫ ପୁରୁଷ ଓ ୪୬ ଲକ୍ଷ ୧୪ ହଜାର ୧୩୪ ଜଣ ମହିଳା ରହିଛନ୍ତି। ଏହି ପର୍ଯ୍ୟାୟରେ ପ୍ରାୟ ସମସ୍ତ ସିଟରେ ସମସ୍ତ ଦଳର ହେଭିୱେଟ୍ ନିର୍ବାଚନ ଲଢ଼ୁଛନ୍ତି। ତେଣୁ ତାରିଖ ପାଖେଇବା ସହ ସରଗରମ ହେଉଛି ରାଜ୍ୟ ରାଜନୀତି।

ସୂଚନାଯୋଗ୍ୟ, ଏପ୍ରିଲ ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ମେ’ ୨୦ରେ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ହେବ। ସେହିପରି ପ୍ରଥମ ପର୍ଯ୍ୟାୟ ଭୋଟ ମେ’ ୧୩ରେ ହେବ।

Advertisment
Election
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe