ବିଜେଡି ନେତାଙ୍କ ଜରିଆରେ ଧନୀ ଲୋକ ହାତେଇଛନ୍ତି ରାସନକାର୍ଡ। ସରକାର E-KYC ଲାଗୁ କରୁଛନ୍ତି, ଯାହା ଦ୍ବାରା ଅଯୋଗ୍ୟଙ୍କ ନାଁ ଆପେ ଆପେ କଟିଯିବ। ମହାକାଳପଡ଼ା ବିଧାୟକ ଦୂର୍ଗା ପ୍ରସନ୍ନ ନାୟକଙ୍କ ପ୍ରଶ୍ନର ଉତ୍ତରରେ ବିଧାନସଭାରେ ଏହି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।