Advertisment

୨୧ରେ ବାଚସ୍ପତି ନିର୍ବାଚନ; ୨୨ରୁ ବିଧାନସଭା

ମେ’ ୧୨ ତାରିଖରେ ବିକ୍ରମ କେଶରୀ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ।

author-image
Tapaswini Nayak
ଅଦ୍ୟତନ ହୋଇଛି
Odisha Assembly

Odisha Assembly

ମନ୍ତ୍ରୀ ବିକ୍ରମ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେବା ପରେ ଖାଲିପଡ଼ିଥିଲା ବାଚସ୍ପତି ପଦ। କିଏ ବାଚସ୍ପତି ହେବ ଓ କେବେ ନିର୍ବାଚନ ହେବ ତାକୁ ନେଇ ଜାରି ରହିଥିଲା କଳ୍ପନାଜଳ୍ପନା। ଏଥିରେ ଆଜି ଅନ୍ତ ଘଟିଛି। ଆସନ୍ତା ୨୧ ତାରିଖରେ ବାଚସ୍ପତି ନିର୍ବାଚନ ହେବ ବୋଲି ସୂଚନା ମିଳିଛି। ଏଥିପାଇଁ ୧୮ ତାରିଖରେ ବାଚସ୍ପତି ପାଇଁ ଅଶାୟୀ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ ବୋଲି ସୂଚନା ରହିଛି।

Advertisment

ମେ’ ୧୨ ତାରିଖରେ ବିକ୍ରମ କେଶରୀ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ। ମେ’ ୨୨ ତାରିଖରେ ତାଙ୍କୁ ଅର୍ଥ ବିଭାଗ ଦାୟିତ୍ୱ ଦିଆଯାଇଥିଲା। ଏହି ବିଭାଗ ପୂର୍ବରୁ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ହାତରେ ଥିଲା। ନିରଞ୍ଜନ ପୂଜାରୀ ଏବେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସଂସଦୀୟ ବ୍ୟାପାରା ମନ୍ତ୍ରୀ ଅଛନ୍ତି। ଗତ ବର୍ଷ ଜୁନ୍ ମାସରେ ବରିଷ୍ଠ ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର ବାଚସ୍ପତି ପଦରୁ ଇସ୍ତଫା ଦେବା ପରେ ଏହି ଆସନରେ ବସିଥିଲେ ବିକ୍ରମ କେଶରୀ ଆରୁଖ।

ସେହିପରି ସେପ୍ଟେମ୍ବର ୨୨ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ୨୨ରୁ ବିଧାନସଭା ଆରମ୍ଭ ହୋଇ ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଅଧିବେଶନ ଚାଲିବ ବୋଲି ସୂଚନା ଦିଆଯାଇଛି। ଏହାସହ ୩ ତାରିଖରେ ଅତିରିକ୍ତ ବଜେଟ ଆଗତ ହେବା ନେଇ ସୂଚନା ରହିଛି।

Advertisment
Odisha Assembly Odisha Assembly Budget Session