Advertisment

ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ; ଓଡ଼ିଆ ଅସ୍ମିତା ସହିତ ଶିଖର ଛୁଇଁବୁ

ଆଗାମୀ ୫ ବର୍ଷରେ ୫୦୦ ଆଦିବାସୀ ଗ୍ରାମକୁ ବିକଶିତ କରିବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଅଦ୍ୟତନ ହୋଇଛି
CMO

CMO

Advertisment

ସାରା ଦେଶ ଆଜି ପାଳନ କରୁଛି ୭୮ତମ ସ୍ୱାଧୀନତା ଦିବସ। ସେହିପରି ଭାବରେ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ  ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀ ଉଦ୍ଦେଶ୍ୟରେ କହିଛନ୍ତି, ଭାରତର ସ୍ୱାଧୀନତା ସଂଗ୍ରାମ ହେଉଛି ଦେଶର ଅନନ୍ୟ ଅଧ୍ୟାୟ। ଏହା ଇଂରେଜମାନଙ୍କ ମୂଳଦୁଆ ଦୋହଲାଇ ଦେଇଥିଲା। ଦେଶ ଏବେ ଅମୃତକାଳ ଦେଇ ଗତି କରୁଛି। ଦେଶର ଅର୍ଥନୀତି ଦ୍ରୁତ ଗତିରେ ବଢ଼ିଛି। ଖୁବ୍‌ଶୀଘ୍ର ଦେଶର ଅର୍ଥନୀତି ୫ ଟ୍ରିଲିଅନରେ ପହଞ୍ଚିବ। ୨୦୪୭ ସୁଦ୍ଧା ଭାରତ ବିଶ୍ୱଗୁରୁ ହେବ।

Advertisment

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଓଡ଼ିଶାବାସୀ ସ୍ୱାଭିମାନୀ। ସେମାନେ ଚଣ୍ଡାଶୋକକୁ ଧର୍ମାଶୋକରେ ପରିଣତ କରିଥିଲେ। ଓଡ଼ିଆ ଅସ୍ମିତା ସହିତ ଶିଖର ଛୁଇଁବାକୁ ଲକ୍ଷ୍ୟ ରଖିଛୁ।ମୁଁ ରାଜ୍ୟବାସୀଙ୍କୁ ବଡ଼ ସ୍ୱପ୍ନ ଦେଖାଇବିନି ହେଲେ  ଯାହା ପ୍ରତିଶ୍ରୁତି ଦେଇଛି ତାହା ପାଳନ କରିବି।

ଶ୍ରୀମନ୍ଦିର ୪ ଦ୍ୱାର ଖୋଲିଛୁ। ଧାନ କ୍ୱିଣ୍ଟାଲ ୩୧ଶହ ଟଙ୍କା ହୋଇଛି। ସେପ୍ଟେମ୍ବର ୧୭ ତାରିଖରୁ ସୁଭଦ୍ରା ଯୋଜନା ଲାଗୁ ହେବ। ଖାଲି ପଡ଼ିଥିବା ଦେଢ଼ ଲକ୍ଷ ପଦବୀ ପୂରଣ ପାଇଁ ପଦକ୍ଷେପ ନିଆଯିବ। ଆଗାମୀ ୫ ବର୍ଷରେ ୫୦୦ ଆଦିବାସୀ ଗ୍ରାମକୁ ବିକଶିତ କରିବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Advertisment

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀଙ୍କୁ ମୁଖ୍ୟମନ୍ତ୍ରୀ ସ୍ମରଣ କରିବା ସହ ପାଇକ ବିଦ୍ରୋହର ଯୋଦ୍ଧାମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିସହ ପୁଲିସ୍ ଓ ବିଭିନ୍ନ ଫୋର୍ସ ପକ୍ଷରୁ ସ୍ୱତନ୍ତ୍ର ପରେଡ୍ ପ୍ରଦର୍ଶନ କରାଯାଇଛି। ଚଳିତବର୍ଷ ପରେଡରେ ଏନସିସି, ସ୍କାଉଟ ଗାଇଡ, ଅର୍ଦ୍ଧସାମରିକ ଓ ସାମରିକ ଭଳି ବିଭିନ୍ନ କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୫୮ଟି ଟ୍ରୁପ୍ ଅଂଶଗ୍ରହଣ କରିଛନ୍ତି। ଚଳିତଥର ଇଣ୍ଡୋ ତିଦ୍ଦତୀୟାନ ବର୍ଡର ପୁଲିସ ସହ ଛତିଶଗଡ଼ ଷ୍ଟେଟ ଆର୍ମ ପୁଲିସ ଯୋଗ ଦେଇଛନ୍ତି ।

Cmo Of Odisha IndependenceDay2024
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe