/odisha-reporter/media/post_attachments/uploadimage/library/16_9/16_9_0/Modi_1717931660.jpg)
Modi
ରାଜଧାନୀ ଭୁବନେଶ୍ୱରରେ ରୋଡ୍ ଶୋ’ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ୧୨ ତାରିଖ ବୁଧବାର ସଂଧ୍ୟାରେ ମୋଦି ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ଜୟଦେବ ବିହାରରୁ ଜନତା ମଇଦାନ ପର୍ଯ୍ୟନ୍ତ ଏହି ରୋଡ୍ ଶୋ’ ହେବ। ରୋଡ୍ ଶୋ’ କରି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହକୁ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Advertisment
ଆସନ୍ତା ୧୨ ତାରିଖରେ ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ। ଶପଥ ଗ୍ରହଣ ଉତ୍ସବ ଜନତା ମୈଦାନରେ ହେବ। ସେଥିପାଇଁ ଜନତା ମୈଦାନରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏଥିରେ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ତେଣୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି କମିଶନରେଟ୍ ପୁଲିସ୍।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
