Advertisment

ନବୀନ ଦେଶର ଦ୍ୱିତୀୟ ସର୍ବାଧିକ ଅବଧିର ମୁଖ୍ୟମନ୍ତ୍ରୀ

୧୯୯୭ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରାଜନୈତିକ କ୍ୟାରିଅର୍ ଆରମ୍ଭ କରିଥିଲେ ।

author-image
Tapaswini Nayak
ଅଦ୍ୟତନ ହୋଇଛି
Naveen patnaik

Naveen patnaik

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜନୈତିକ କ୍ୟାରିଅରରେ ଯୋଡ଼ିହେଲା ଆଉ ଏକ ନୂଆ ରେକର୍ଡ। ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗିଲେ ନବୀନ। ବନିଲେ ଦେଶର ଦ୍ୱିତୀୟ ସର୍ବାଧିକ ଅବଧିର ମୁଖ୍ୟମନ୍ତ୍ରୀ।

Advertisment

୨୦୦୦ ମସିହା ମାର୍ଚ୍ଚ ୫ ତାରିଖରେ ପ୍ରଥମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ ନବୀନ। ତା’ପରଠୁ ସେ ଲଗାତର ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳି ଆସୁଛନ୍ତି।  ଜ୍ୟୋତି ବସୁ ପଶ୍ଚିମବଙ୍ଗରେ ସିପିଏମର ୩୪ ବର୍ଷ ସରକାରରେ ୨୩ ବର୍ଷ ୧୩୮ ଦିନ ମୁଖ୍ୟମନ୍ତ୍ରୀ ରହିଥିଲେ । ନବୀନ ଜ୍ୟୋତି ବସୁଙ୍କୁ ପଛରେ ପକାଇ ଦ୍ୱିତୀୟ ସର୍ବାଧିକ ଅବଧିର ମୁଖ୍ୟମନ୍ତ୍ରୀ ବନିଛନ୍ତି ।

ଦେଶରେ ଦୀର୍ଘ ସମୟ ଧରି ମୁଖ୍ୟମନ୍ତ୍ରୀ ପଦରେ ରହିବାରେ ପ୍ରଥମ ସ୍ଥାନରେ ରହିଛନ୍ତି ସିକ୍କିମର ପୂର୍ବତନ ମୁଖ୍ୟମନ୍ତ୍ରୀ ପୱନ କୁମାର ଚାମଲିଙ୍ଗ। ସେ ୧୯୯୪ ଡିସେମ୍ବର ୧୨ ରୁ ୨୦୧୯ ମେ ୨୭ ତାରିଖ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଥିଲେ।

Advertisment

୧୯୯୭ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରାଜନୈତିକ କ୍ୟାରିଅର୍ ଆରମ୍ଭ କରିଥିଲେ । ମାର୍ଚ୍ଚ ୨୦୦୦ରେ ସେ ପ୍ରଥମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିଲେ । ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ନବୀନ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି ।

ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି, ନବୀନ ପଟ୍ଟନାୟକଙ୍କ ଦୀର୍ଘ ସମୟ ଧରି ଓଡ଼ିଶାବାସୀଙ୍କ ଆସ୍ଥାବିଶ୍ୱାସର ଭାଜନ ହୋଇପାରିଛନ୍ତି। ଏଥିପାଇଁ ଆମକୁ ଖୁସି ଲାଗୁଛି। ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କର ସେ ରେକର୍ଡ ଭାଙ୍ଗିଛନ୍ତି। ଭାରତ ବର୍ଷର ଅତୀତର ଥିବା ସବୁ ରେକର୍ଡକୁ ନବୀନ ପଟ୍ଟନାୟକ ଆଗକୁ ଭଙ୍ଗ କରିବେ। ସର୍ବାଧିକ କାଳ ନବୀନ ଜନପ୍ରତିନିଧି ଭାବରେ ନିଜର ରେକର୍ଡକୁ କାଏମ କରିବେ।

ବିଜେପି ସାଂସଦ ସୁରେଶ ପୂଜାରୀ କହିଛନ୍ତି, କେହି ଲମ୍ବା ସମୟ ପଦବୀରେ ରହିଲେ ଇତିହାସରେ ତାହା ସ୍ଥାନ ପାଏ ନାହିଁ। ଯିଏ କମ୍ ସମୟ ପଦବୀରେ ରହିଲା, ଇତିହାସ ତିଆରି  କଲା ସେ ଇତିହାସରେ ସ୍ଥାନ ପାଏ । ଯେଉଁ ଗଛଟା ଛାଇ ଦେବ ନାହିଁ, ତାର ଫଳ ମଣିଷ ଚାଖି ପାରିବ ନାହିଁ, ସେ ଯେତେ ବୟସର ଗଛ ହେଲେ ମଧ୍ୟ ଲାଭ ନାହିଁ।

Naveen Patnaik Cmo Of Odisha Cmo