Advertisment

ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ଶତବାର୍ଷିକୀ ପାଳିବ କଂଗ୍ରେସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାତ୍ମା ଗାନ୍ଧିଙ୍କ ପ୍ରଥମ ଓଡ଼ିଶା ଆଗମନର ୧୦୦ବର୍ଷ ପୂର୍ତ୍ତି ଓ ଉତ୍କଳ କଂଗ୍ରେସର ୧୦୦ବର୍ଷ ପୂର୍ତ୍ତିକୁ ପ୍ରଦେଶ କଂଗ୍ରେସ କମିଟି ଧୂମଧାମରେ ପାଳନ କରିବ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି। କଂଗ୍ରେସ ଭବନରେ ଆୟୋଜିତ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ୧୯୨୦ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ଉତ୍କଳ ପ୍ରଦେଶ କମିଟି ଗଠିତ ହୋଇଥିଲା ଏବଂ ଏହାର ପ୍ରଥମ ସଭାପତି ଥିଲେ ଉତ୍କଳମଣି ପଣ୍ଡିତ […]

author-image
Manoranjan Sial
ଶ୍ରୀଜଗନ୍ନାଥଙ୍କୁ ନେଇ ଖେଳ ଖେଳନ୍ତୁ ନାହିଁ ସରକାର: ନିରଞ୍ଜନ

niranjan

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାତ୍ମା ଗାନ୍ଧିଙ୍କ ପ୍ରଥମ ଓଡ଼ିଶା ଆଗମନର ୧୦୦ବର୍ଷ ପୂର୍ତ୍ତି ଓ ଉତ୍କଳ କଂଗ୍ରେସର ୧୦୦ବର୍ଷ ପୂର୍ତ୍ତିକୁ ପ୍ରଦେଶ କଂଗ୍ରେସ କମିଟି ଧୂମଧାମରେ ପାଳନ କରିବ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି।

Advertisment

କଂଗ୍ରେସ ଭବନରେ ଆୟୋଜିତ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ୧୯୨୦ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ଉତ୍କଳ ପ୍ରଦେଶ କମିଟି ଗଠିତ ହୋଇଥିଲା ଏବଂ ଏହାର ପ୍ରଥମ ସଭାପତି ଥିଲେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଥିଲେ। ସେହି ବର୍ଷ ହିଁ ମହାତ୍ମା ଗାନ୍ଧୀ ପ୍ରଥମେ ଓଡିଶାକୁ ଆସିଥିଲେ। ମହାତ୍ମା ଗାନ୍ଧୀ ମୋଟ୍ ୮ ଥର ଓଡିଶା ଆସିଥିଲେ ଏବଂ ପ୍ରଥମେ ୧୯୨୦ ମସିହା ମାର୍ଚ୍ଚ ମାସରେ ଆସିଥିଲେ। ତେଣୁ ଗାନ୍ଧିଜୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତିକୁ ରାଜ୍ୟ, ଜିଲ୍ଲା ଓ ବ୍ଲକ ସ୍ତରରେ ବିଭିନ୍ନ ପ୍ରକାରରେ କଂଗ୍ରେସ ପକ୍ଷରୁ ପାଳନ କରାଯିବ। ଦେଶର ସ୍ୱାଧିନତା ସଂଗ୍ରାମ, ମହାତ୍ମା ଗାନ୍ଧୀ, ଜବାହରଲାଲ ନେହେରୁଙ୍କ ଜୀବନୀ ଓ ବଳିଦାନ, ଦେଶର ବିକାଶରେ କଂଗ୍ରେସର ଅବଦାନ ଇତ୍ୟାଦି ଉପରେ ବର୍ଷ ତମାମ ସେମିନାର, ପଦଯାତ୍ରା, ପ୍ରଶିକ୍ଷଣ ଶିବିର ଆଦି ଆୟୋଜନ କରାଯିବ। ରାଜ୍ୟ ସରକାର ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଶତବାର୍ଷିକୀ ପାଳନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଯାହାର ଚୂଡ଼ାନ୍ତ ରୂପରେଖ ଏ ପର୍ଯ୍ୟନ୍ତ ପ୍ରକାଶ ପାଇନାହିଁ। ଓଡ଼ିଶା ସ୍ୱାଧିନତା ସଂଗ୍ରାମୀ ସମିତି ପକ୍ଷରୁ ମଧ୍ୟ ଗାନ୍ଧିଜୀଙ୍କ ଏହି ଓଡ଼ିଶା ଆଗମନର ଶତବାର୍ଷିକୀ ପାଳନ ପାଇଁ ଆହ୍ୱାନ ଦିଆଯାଇଛି। ଉଭୟ ରାଜ୍ୟ ସରକାର ଓ ସ୍ୱାଧିନତା ସଂଗ୍ରାମୀ ସମିତି ପକ୍ଷରୁ ଯେଉଁ କାର୍ଯ୍ୟକ୍ରମ ପ୍ରସ୍ତୁତ ହେବ ସେଥିରେ କଂଗ୍ରେସ ଦଳ ସାମିଲ ହେବାକୁ ଆଗ୍ରହ ବ୍ୟକ୍ତ କରିବା ସହ ଏହାକୁ ସଫଳ କରିବା ପାଇଁ ମଧ୍ୟ ଦଳ ଚାହିଁଛି।

ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ମହାତ୍ମା ଗାନ୍ଧୀ ସ୍ୱାଧିନତା ଆନ୍ଦୋଳନ ସହିତ ନିଶା ନିବାରଣ ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥିଲେ। ମହାତ୍ମା ଗାନ୍ଧୀଙ୍କ ପ୍ରତି ରାଜ୍ୟ ସରକାର ଯଦି ବାସ୍ତବରେ ଶ୍ରଦ୍ଧାଞ୍ଜଳି ଜଣାଇବାକୁ ଚାହାନ୍ତି ତେବେ ଗାନ୍ଧିଜୀଙ୍କର ତିରୋଧାନ ଦିବସ ଅର୍ଥାତ୍ ଜାନୁଆରୀ ୩୦ ତାରିଖରେ ଓଡ଼ିଶାକୁ ନିଶାମୁକ୍ତ କରିବା ପାଇଁ ଘୋଷଣା କରନ୍ତୁ। ଏହି ସାମ୍ବାଦିକ ସମ୍ମିଳନୀରେ ପିସିସି ମୁଖପାତ୍ର ସୁଦର୍ଶନ ଦାସ ଓ ଜ୍ଞାନଦେବ ବେଉରା ଉପସ୍ଥିତ ଥିଲେ।

Advertisment