ଆଜି ଓଡ଼ିଶାରେ ଚାଲିଛି ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ। କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ସଂସଦୀୟ କ୍ଷେତ୍ର ଓ ଏହା ଅନ୍ତର୍ଗତ ୨୮ ବିଧାନସଭା ଲାଗି ଚାଲିଛି ମତଦାନ। ଏହି ଅବସରରେ ନିଜର ମତଦାନ କଲେ କଳାହାଣ୍ଡି ବିଜେପି ଲୋକସଭା ପ୍ରାର୍ଥୀ ମାଳବିକା ଦେବୀ।