Advertisment

ରାଜ୍ୟରେ ହେଲା ଆଉ ୨୨ ନୂଆ NAC

ଗତମାସରେ ରାଜ୍ୟରେ ୩୫ଟି ନୂଆ NAC ଘୋଷଣା ହୋଇଥିଲା

author-image
Tapaswini Nayak
ଅଦ୍ୟତନ ହୋଇଛି
Naveen Patnaik

Naveen Patnaik

ରାଜ୍ୟରେ ଘୋଷଣା ହୋଇଛି ଆଉ ନୂଆ ୨୨ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ବା ଏନଏସି। ଏହାସହ ଭଞ୍ଜନଗର ଏନଏସି ମ୍ୟୁନିସିପାଲିଟିକୁ ଉନ୍ନୀତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ ଜିଲ୍ଲାର ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଘୋଷଣା କରିଛନ୍ତି। 

Advertisment

ସେଗୁଡ଼ିକ ହେଲା ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି। ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ୱରର ବାଲିଆପାଳ ଓ ଖଇରା, ଭଦ୍ରକରଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ, କଳାହାଣ୍ଡିର ନର୍ଲା ଓମଦନପୁର ରାମପୁର, ଖୋର୍ଦ୍ଧାର ବୋଲଗଡ, ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓକାକଟପୁର, ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଯାଇଛି।

ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥ ନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। 

Advertisment

ଗତମାସରେ ରାଜ୍ୟରେ ୩୫ଟି ନୂଆ NAC ଘୋଷଣା ହୋଇଥିଲା। ଆଜି ଘୋଷଣା ହୋଇଥିବା ଅଞ୍ଚଳ ଗୁଡ଼ିକ NAC ପାଇଁ ଦାବି ହୋଇଆସୁଥିଲା। ଏଥିପାଇଁ ବିଭିନ୍ନ ସ୍ଥାନରେ ବନ୍ଦ ଡାକରା ଦିଆଯିବା ସହ ଆନ୍ଦୋଳନ ମଧ୍ୟ କରାଯାଇଥିଲା।

Cmo Of Odisha NAC