Advertisment

ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ; କହିଲେ- ଓଡ଼ିଶା ପାଲଟିବ ଶିଳ୍ପପତିଙ୍କ ପ୍ରଥମ ପସନ୍ଦ

ଓଡ଼ିଶାକୁ ବିଦେଶରୁ ଆସିବ ନିବେଶ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଅଦ୍ୟତନ ହୋଇଛି
undefined

Mohan Charan Majhi

Advertisment

ଓଡ଼ିଶାକୁ ବିଦେଶରୁ ଆସିବ ନିବେଶ। ସିଙ୍ଗାପୁରରେ ଶିଳ୍ପ ଜଗତର ଶୀର୍ଷ ନେତୃତ୍ୱଙ୍କୁ ଭେଟି ଓଡ଼ିଶାକୁ ନିମନ୍ତ୍ରଣ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିପାଇଁ  ୬ ଦିନିଆ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ଓ ବରିଷ୍ଠ ପ୍ରତିନିଧି ମଣ୍ଡଳୀ ।

Advertisment

ସିଙ୍ଗାପୁର ଯିବା ଆଗରୁ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁଙ୍କ ଜଗନ୍ନାଥଙ୍କ ଆର୍ଶୀବାଦରେ ଓ ପ୍ରଧାନମନ୍ତ୍ରୀଙ୍କ ମାର୍ଗ ଦର୍ଶନରେ ବରିଷ୍ଠ ପ୍ରତିନିଧି ମଣ୍ଡଳି ସହିତ ସିଙ୍ଗାପୁର ଯାଉଛି। ମୁଁ ଆଶା କରୁଛି ଯେ ଯେତେବଳେ ସାରା ବିଶ୍ୱରୁ ଇନଭେଷ୍ଟରମାନେ ଭାରତରେ ଇନଭେଷ୍ଟ କରିବା ପାଇଁ ଚାହିଁବେ ସେତେବେଳେ ଓଡ଼ିଶା ସେମାନଙ୍କର ପ୍ରଥମ ପ୍ରସନ୍ଦ ହେବ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଶିଳ୍ପାୟନ ପାଇଁ ସିଙ୍ଗାପୁର ପ୍ରସିଦ୍ଧ। ସେଠାରେ କେମିକାଲସ, ପେଟ୍ରୋ କେମିକାଲ୍ସ, ଗ୍ରୀନ ଏନର୍ଜି, ସେମିକଣ୍ଡକ୍ଟର, ଖାଦ୍ୟ ପ୍ରକ୍ରିୟାକରଣ ଆଦି କ୍ଷେତ୍ରରେ ବିଶ୍ୱର ବଡ଼ ବଡ଼ କମ୍ପାନୀ କାମ କରୁଛନ୍ତି। ସେହି କମ୍ପାନୀର ଶୀର୍ଷ ନେତୃତ୍ୱଙ୍କ ସହ ଓଡ଼ିଶା ଆଲୋଚନା କରିବ।

Advertisment

ପୁଞ୍ଜିପତିଙ୍କୁ ଆମ ରାଜ୍ୟର ପ୍ରାକୃତିକ ସମ୍ପଦ, ଦକ୍ଷ ମାନବ ସମ୍ବଳ ଓ ଉନ୍ନତ ଶିଳ୍ପ ନୀତି ସମ୍ପର୍କରେ ଅବଗତ କରାଯିବ। ନିବେଶ ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇରହିଛି। ଏଣୁ ଓଡ଼ିଶାରେ ନିବେଶ କରି ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ନିବେଶକୁ ନିମନ୍ତ୍ରଣ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Cmo Of Odisha CM Mohan Majhi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe