Prime Minister Narendra Modi
ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସନ୍ଧ୍ୟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସମୀକ୍ଷା ବୈଠକ କରିବେ।
୧୯ ତାରିଖ ସନ୍ଧ୍ୟାରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ସେହିଦିନ ସନ୍ଧ୍ୟା ୭ଟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସମୀକ୍ଷା ବୈଠକ କରିବେ। ନିର୍ବାଚନକୁ ନେଇ କର୍ମକର୍ତ୍ତାଙ୍କ ସହ ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ। ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ୧୯ ତାରିଖରେ ଭୁବନେଶ୍ୱରରେ ରାତ୍ରିଯାପନ କରିବେ ପ୍ରଧାନମନ୍ତ୍ରୀ। ୨୦ରେ ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବେ। ତାପରେ ପୁରୀରେ ରୋଡ ଶୋ କରିବେ।
ସେଠାରେ ପୁରୀର କାର୍ଯ୍ୟକ୍ରମ ସାରି ଅନୁଗୁଳ ଓ କଟକରେ ପ୍ରଧାନମନ୍ତ୍ରୀଙ୍କ ପ୍ରଚାର କାର୍ଯ୍ୟକ୍ରମ ରହିଛି। ନିର୍ବାଚନ ଭିତରେ ବିଭିନ୍ନ ପର୍ଯ୍ୟାୟରେ ଓଡ଼ିଶା ଗସ୍ତରେ ଆସି ଦଳୀୟ ନେତାଙ୍କ ପାଇଁ ଭୋଟ୍ ମାଗିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1703335653.jpg)