Advertisment

କଂଗ୍ରେସରେ ମିଶିଲେ ଅଭିନେତା ମନୋଜ ମିଶ୍ର

ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଅଜୟ କୁମାର ତଥା କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ ସେ ଆଜି କଂଗ୍ରେସରେ ସାମିଲ ହୋଇଛନ୍ତି ।

author-image
Manoj Swain

ଅଭିନେତା ମନୋଜ ମିଶ୍ର ଆଜି ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଅଜୟ କୁମାର ତଥା କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ ସେ ଆଜି କଂଗ୍ରେସରେ ସାମିଲ ହୋଇଛନ୍ତି । କଂଗ୍ରେସରେ ମିଶିବା ପରେ ମନୋଜ କହିଛନ୍ତି, ମୁଁ ନେତା ହେବାକୁ ନୁହେଁ ବରଂ ଲୋକଙ୍କ ସେବା କରିବାକୁ ରାଜନୀତିକୁ ଆସିଛି । ପଶ୍ଚିମ ଓଡ଼ିଶାରେ ଏବେ ଅନେକ ସମସ୍ୟା ରହିଛି । ସରକାର ଏହା ପ୍ରତି ଦୃଷ୍ଟି ଦେଉନାହାନ୍ତି ।

Advertisment
Congress Manoj Mishra Odisha