କଂଟାମାଳ ବିଧାନସଭା ମଣ୍ଡଳୀର ୨ଟି ବୁଥରେ ହେବ ସାନି ମତଦାନ

ଆସନ୍ତା ୨୩ତାରିଖରେ କଂଟାମାଳ ବିଧାନସଭା ମଣ୍ଡଳୀର ୨୬ ଓ ୨୮ ନମ୍ବର ବୁଥରେ ମତଦାନ ହେବ

Representational Image

  • Published: Tuesday, 21 May 2024
  • , Updated: 21 May 2024, 10:39 PM IST

କନ୍ଧମାଳ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ କଂଟାମାଳ ବିଧାନସଭା ନିର୍ବାଚନମଣ୍ଡଳୀର ୨ଟି ବୁଥରେ ସାନି ମତଦାନ ପାଇଁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୨୩ତାରିଖରେ କଂଟାମାଳ ବିଧାନସଭା ମଣ୍ଡଳୀର ୨୬ ଓ ୨୮ ନମ୍ବର ବୁଥରେ ମତଦାନ ହେବ । ଏନେଇ ଉକ୍ତ ଦୁଇ ବୁଥର ସମସ୍ତ ଭୋଟର ଓ ନିର୍ବାଚନମଣ୍ଡଳୀର ସମସ୍ତ ପ୍ରାର୍ଥୀମାନଙ୍କୁ ଅବଗତ କରାଇବା ପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୨୩ତାରିଖ ସକାଳ ୭ଟାରୁ ୪ଟା ପର୍ଯ୍ୟନ୍ତ ମତଦାନ ଚାଲିବ । ଏହାସହିତ ବୌଦ୍ଧର ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ମହାପାତ୍ରଙ୍କୁ  କଂଟାମାଳ ବିଧାନସଭା ମଣ୍ଡଳୀର ରିଟର୍ଣ୍ଣିଂ ଅଧିକାରୀ ଭାବେ ନିର୍ବାଚନ କମିଶନ ନିଯୁକ୍ତି ଦେଇଛନ୍ତି ।

ସୂଚନାଯୋଗ୍ୟ, ଗତକାଲି ୨୦ତାରିଖରେ କନ୍ଧମାଳ ସଂସଦୀୟ କ୍ଷେତ୍ରରେ ମତଦାନ ହୋଇଥିଲା । ତେବେ ଏହି ଦୁଇ ବୁଥରେ ମତଦାନକୁ ନେଇ ଅଭିଯୋଗ ହେବାପରେ ନିର୍ବାଚନ କମିଶନ ଅନୁରୂପ ନିଷ୍ପତ୍ତି ନେଇଛନ୍ତି ।

Related story