Advertisment

୨୨ରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ଉପନିର୍ବାଚନ; ବିଜ୍ଞପ୍ତି ପ୍ରକାଶ

ଚଳିତ ମାସ ୨୨ ତାରିଖରେ ନାମାଙ୍କନ ଦାଖଲ ହେବ ଏବଂ ଦରକାର ପଡ଼ିଲେ ମତଦାନ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି।

Panchayat Election

Panchayat Election

Advertisment

ଆସନ୍ତା ୨୨ ତାରିଖରେ ହେବ ପଞ୍ଚାୟତ ସମିତି ଅଧ୍ୟକ୍ଷ ଉପନିର୍ବାଚନ। ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୬ଟି ପଞ୍ଚାୟତ ସମିତି ଅଧ୍ୟକ୍ଷ ସହ ଗୋଟିଏ ଉପାଧ୍ୟକ୍ଷ ପଦବୀ ପାଇଁ ହେବ ଉପନିର୍ବାଚନ। ୬ଟି ପଞ୍ଚାୟତ ସମିତି ମଧ୍ୟରୁ ଗଞ୍ଜାମ ଜିଲ୍ଲାର ୩ଟି ଯଥା କବିସୂର୍ଯ୍ୟନଗର, ଖଲ୍ଲିକୋଟ ଏବଂ କୁକୁଡ଼ାଖଣ୍ଡିଁ।

Advertisment

ସେହିପରି କଳାହାଣ୍ଡି ଜିଲ୍ଲାର ନର୍ଲା, ନବରଙ୍ଗପୁର ଜିଲ୍ଲାର ରାଇଘର ଏବଂ ନୟାଗଡ଼ ଜିଲ୍ଲାର ଭାପୁର ଅଧ୍ୟକ୍ଷ ପଦ ପାଇଁ ବି ହେବ ଉପନିର୍ବାଚନ। ତେବେ ବୌଦ୍ଧ ଜିଲ୍ଲା ହରଭଙ୍ଗା ପଞ୍ଚାୟତସମିତିରେ ଉପାଧ୍ୟକ୍ଷ ପଦ ପାଇଁ ଉପନିର୍ବାଚନ ହେବ ବୋଲି ବିଜ୍ଞପ୍ତିରେ ଦର୍ଶାଇଛି ରାଜ୍ୟ ନିର୍ବାଚନ କମିଶନଙ୍କ ଅଫିସ। ଚଳିତ ମାସ ୨୨ ତାରିଖରେ ନାମାଙ୍କନ ଦାଖଲ ହେବ ଏବଂ ଦରକାର ପଡ଼ିଲେ ମତଦାନ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି।

Ganjam Panchayat Election Kalahandi Boudh
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe