ନୂଆ ଆଡଭୋକେଟ ଜେନେରାଲ ଭାବେ ଦାୟିିତ୍ୱ ନେଲେ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ। ହାଇକୋର୍ଟ ସ୍ଥିତ କାର୍ଯ୍ୟାଳୟରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି।
Also Read
ନିକଟରେ ରାଜ୍ୟ ସରକାର ପୀତାମ୍ବର ଆଚାର୍ଯ୍ୟଙ୍କୁ ଆଡଭୋକେଟ୍ ଜେନେରାଲ୍ ଭାବରେ ନିଯୁକ୍ତି ଦେଇଥିଲେ। ଆଜି ଦାୟିତ୍ୱ ଗ୍ରହଣ କରିବା ପରେ ପୀତାମ୍ବର କହିଛନ୍ତି, ମୁଖ୍ୟମନ୍ତ୍ରୀ ମୋ ଉପରେ ଆସ୍ଥା ପ୍ରକଟ କରି ଯେଉଁ ସାମ୍ବିଧାନିକ ଦାୟିତ୍ୱ ଦେଇଛନ୍ତି, ମୁଁ ବିନା ଭୟ ଓ ଭ୍ରାନ୍ତିରେ ନିରପେକ୍ଷ ଭାବେ
ଓଡ଼ିଶାର ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ ପାଇଁ ସେହି କର୍ତ୍ତବ୍ୟ ପାଳନ ଦିଗରେ ଚେଷ୍ଟିତ ହେବି। ସରକାରଙ୍କ ସ୍ୱାର୍ଥକୁ ସୁରକ୍ଷା ଦେବା ପାଇଁ ଯଥାସମ୍ଭବ ଚେଷ୍ଟା କରିବି। ଲୋକଙ୍କୁ କିଭଳି ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ନ୍ୟାୟ ମିଳିବ, ସେ ନେଇ କାମ କରିବି।
ଓଡ଼ିଶା ହାଇକୋର୍ଟର ଜଣେ ବରିଷ୍ଠ ଆଇନଜୀବୀ ହେଉଛନ୍ତି ପୀତାମ୍ବର ଆଚାର୍ଯ୍ୟ। ଆଇନ୍ କ୍ଷେତ୍ରରେ ତାଙ୍କ ଦୀର୍ଘଦିନର ଅଭିଜ୍ଞତା ରହିଛି। ୨୦୧୭ରେ ସେ ବିଜେପିରେ ଯୋଗ ଦେଇ ସକ୍ରିୟ ରାଜନୀତିରେ ପାଦ ଥାପିଥିଲେ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?
Politics
କଂଗ୍ରେସକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ହମଲା, କହିଲେ ଏମିତି କଥା
ମୋଦି ଦାବି କରିଛନ୍ତି ଯେ ବାବା ସାହେବ ଆମ୍ବେଦକର ଭାରତର ଜଳ ସଂରକ୍ଷଣ ନୀତିକୁ ଉପଯୁକ୍ତ ରୂପ ଦେବାକୁ ଚେଷ୍ଟା କରୁଥିବା ବେଳେ କଂଗ୍ରେସ ନିୟମିତ ଭାବେ ତାଙ୍କ ଅବଦାନକୁ ଅଣଦେଖା କରି ଆସୁଥିଲା।
Politics
ଚର୍ଚ୍ଚାରେ କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହଙ୍କ ମନ୍ତବ୍ୟ; କହିଲେ- ନବୀନ ଓ ନୀତୀଶଙ୍କୁ ଭାରତରତ୍ନ ମିଳିବା ଉଚିତ
ନୀତୀଶ କୁମାରଙ୍କ ଦଳ ଏବେ ବିଜେପି ନେତୃତ୍ୱାଧୀନ ଏନ୍ଡିଏରେ ଅଛି। ନବୀନଙ୍କ ନେତୃତ୍ୱାଧୀନ ବିଜେଡି ଏକଦା ଏନ୍ଡିଏରେ ଥିଲା।
Politics
‘ମୌକା ମୌକା ହର ବାର ଧୋକା’: ଆପ ଓ ବିଜେପି ପାଇଁ କଂଗ୍ରେସ ଜାରି କଲା ବହି
ଦିଲ୍ଲୀ ପାଇଁ ବିଜେପି ଓ ଆପ୍ ଦେଇଥିବା ପ୍ରତିଶ୍ରୁତିକୁ ପୂରଣ କରିବାରେ ବାରମ୍ବାର ବିଫଳ ହୋଇଥିବାରୁ କଂଗ୍ରେସ ମୌକା ମୌକା ହର ବାର ଧୋକା ବହି ରିଲିଜ କରିଥିବା କହିଛି।
Politics
ଶ୍ରୀଜିଉଙ୍କୁ ଦର୍ଶନ କଲେ ରଘୁବର ଦାସ, କହିଲେ - ଦଳ ଯେଉଁ ଦାୟିତ୍ୱ ଦେବ ନିର୍ବାହ କରିବି
ଗତକାଲି ହଠାତ୍ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିବା ରଘୁବର ଦାସ ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ଓଡ଼ିଶାବାସୀଙ୍କ ସେବା କରିବାର ସୁଯୋଗ ପାଇଥିବାରୁ ସେ ନିଜକୁ ଭାଗ୍ୟବାନ ମନେ କରିଛନ୍ତି ।