ବାତ୍ୟା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀ

ଆଜି ଅପରାହ୍ନ ଓ ସନ୍ଧ୍ୟାରେ ଦୁଇଥର ପ୍ରଧାନମନ୍ତ୍ରୀ ମୋଦି ଟେଲିଫୋନ୍ ଯୋଗେ ମୁଖ୍ୟମନ୍ତ୍ରୀଙ୍କ ସହ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ବିଚାରବିମର୍ଶ କରିଛନ୍ତି । ଆଲୋଚନାବେଳେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ ।

Mohan Majhi

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ (ଫାଇଲ ଫଟୋ)

Ordigital Desk
  • Published: Thursday, 24 October 2024
  • Updated: 24 October 2024, 09:04 PM IST

Sports

Latest News

ବାତ୍ୟା ‘ଦାନା’ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଆଲୋଚନା କରିଛନ୍ତି । ରାଜ୍ୟ ସରକାରଙ୍କ ପ୍ରସ୍ତୁତି ବ୍ୟବସ୍ଥାକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ସନ୍ତୋଷ ବ୍ୟକ୍ତ କରିଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Also Read

ସୂଚନା ଅନୁସାରେ, ରାଜ୍ୟରେ ବାତ୍ୟା ମୁକାବିଲା ପାଇଁ ଚାଲିଥିବା ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝି ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅବଗତ କରିଥିଲେ । ଆଜି ଅପରାହ୍ନ ଓ ସନ୍ଧ୍ୟାରେ ଦୁଇଥର ପ୍ରଧାନମନ୍ତ୍ରୀ ମୋଦି ଟେଲିଫୋନ୍ ଯୋଗେ ମୁଖ୍ୟମନ୍ତ୍ରୀଙ୍କ ସହ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ବିଚାରବିମର୍ଶ କରିଛନ୍ତି । ଆଲୋଚନାବେଳେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ । ଏହାସହିତ ଲୋକଙ୍କ ସୁରକ୍ଷା ପାଇଁ ନିଆଯାଇଥିବା ସୁରକ୍ଷା ବଳ, ଏନଡିଆରଏଫ, ଓଡ୍ରାଫ ଆଦି ମୁତୟନ ସମ୍ପର୍କରେ ଅବଗତ କରାଇଥିଲେ । ଆଲୋଚନାପରେ ବାତ୍ୟା ମୁକାବିଲା ପ୍ରସ୍ତୁତିକୁ ନେଇ ପ୍ରଧାନମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଥିଲେ । ଆଜି ଅପରାହ୍ନରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଟେଲିଫୋନରେ ପ୍ରଧାନମନ୍ତ୍ରୀ ମୋଦି ଆଲୋଚନା କରିଥିଲେ ।

ସେହିପରି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ମଧ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ସମସ୍ତ ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story