ଅନୁଗୋଳ ସଭାରେ ଆଜି ପୁଣି ଥରେ ବିଜେଡି ସରକାରକୁ ସିଧାସଖଳ ହମଲା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ସେ କହିଛନ୍ତି, ଓଡ଼ିଶାର ଗରିବୀ ଦେଖି ମୋ ହୃଦୟକୁ ବହୁତ କଷ୍ଟ ହେଉଛି। ପ୍ରାକୃତିକ ସଂପଦରେ ଭରପୁର ଓଡ଼ିଶା କିନ୍ତୁ ଲୋକ ଗରିବ କାହିଁକି ? ମୋ ଓଡ଼ିଶାକୁ କିଏ ଏମିତି ବରବାଦ କରିଦେଲା ? ସବୁ ବରବାଦୀର କାରଣ ହେଉଛି ବିଜେଡି ସରକାର। ବିଜେଡି ସରକାର ପୂରା ଭ୍ରଷ୍ଟାଚାରୀଙ୍କ ଦ୍ୱାରା ଘେରି ରହିଛି। କିଛି ନିର୍ଦ୍ଦିଷ୍ଟ ଭ୍ରଷ୍ଟାଚାରୀ ମୁଖ୍ୟମନ୍ତ୍ରୀଙ୍କ ନିବାସ ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପୂରା ଘେରି ରହିଛନ୍ତି। ବିଜେଡିର ଛୋଟ ଛୋଟ ନେତା କୋଟି କୋଟି ଟଙ୍କାର ମାଲିକ।