ସଂସଦରେ ହାତ ମିଳାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ଅଷ୍ଟାଦଶ ଲୋକସଭାର ନବ ନିର୍ବାଚିତ ବାଚସ୍ପତି ଓମ୍ ବିର୍ଲାଙ୍କୁ ସ୍ୱାଗତ କରିବା ସମୟରେ ପ୍ରଧାନମନ୍ତ୍ରୀ ମୋଦି ଓ ରାହୁଲ ଗାନ୍ଧି ଉଭୟଙ୍କୁ ହ୍ୟାଣ୍ଡ ସେକ୍ କରିଥିବା ଦେଖିବାକୁ ମିଳିଛି।