Advertisment

ଓଡ଼ିଶାରେ ସାଢ଼େ ୩ଘଣ୍ଟା ରହିବେ ମୋଦି: ‘ସୁଭଦ୍ରା’ଶୁଭାରମ୍ଭ, ଆବାସ ହିତାଧିକାରୀଙ୍କୁ ବାଂଟିବେ ପ୍ରଥମ କିସ୍ତି

ପ୍ରଧାନମନ୍ତ୍ରୀ ମୋଦି ୧୭ତାରିଖ ପୂର୍ବାହ୍ନ ୧୧ଟା ୩୫ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚି ୧୧ଟା ୫୫ମିନିଟରେ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ । ଅପରାହ୍ନ ୩ଟାରେ ପ୍ରଧାନମନ୍ତ୍ରୀ ମୋଦି ନୂଆଦିଲ୍ଲୀ ଫେରିଯିବେ ।

undefined

PM Modi

Advertisment

ନିଜ ଜନ୍ମଦିନରେ ଅର୍ଥାତ୍ ଆସନ୍ତା ୧୭ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ରାଜ୍ୟର ବିଜେପି ସରକାରଙ୍କ ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନା ଓ ପ୍ରକଳ୍ପର ଶୁଭାରମ୍ଭ କରିବେ । ଏହାସହିତ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ର ୧୦ଲକ୍ଷ ହିତାଧିକାରୀଙ୍କୁ ‘ଘର ମଞ୍ଜୁରୀ ପତ୍ର’, ୨୬ଲକ୍ଷ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ବଂଟନ ସହ ‘ଆବାସ+ ୨୦୨୪’ର ଆପ୍ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ସାଢ଼େ ୩ଘଣ୍ଟାର ଓଡ଼ିଶା ଗସ୍ତ ପାଇଁ ଆଜି ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ପ୍ରସ୍ତୁତି ସମୀକ୍ଷା ଅନୁଷ୍ଠିତ ହୋଇଛି ।

Advertisment

ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ କାର୍ଯ୍ୟକ୍ରମ ସୁଚାରୁରୂପେ ସମ୍ପାଦନ କରିବା ପାଇଁ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରଧାନମନ୍ତ୍ରୀ ମୋଦି ୧୭ତାରିଖ ପୂର୍ବାହ୍ନ ୧୧ଟା ୩୫ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚି ୧୧ଟା ୫୫ମିନିଟରେ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ । ଅପରାହ୍ନ ୩ଟାରେ ପ୍ରଧାନମନ୍ତ୍ରୀ ମୋଦି ନୂଆଦିଲ୍ଲୀ ଫେରିଯିବେ । ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବା ସହ ରାଜ୍ୟ ସରକାରଙ୍କ ଅନ୍ୟାନ୍ୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଶୁଭାରମ୍ଭ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି କେନ୍ଦ୍ର ସରକାରଙ୍କ  ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ର ୧୦ଲକ୍ଷ ହିତାଧିକାରୀଙ୍କୁ ଘର ଆବଂଟନ ପତ୍ର ବାଂଟିବେ । ସେହିପରି ୨୬ଲକ୍ଷ ଆବାସ ହିତାଧିକାରୀଙ୍କୁ ସେମାନଙ୍କର ଘରର ପ୍ରଥମ କିସ୍ତି ବାବଦରେ ୩୧୮୦କୋଟି ଟଙ୍କା ସିଧାସଳଖ ତାଙ୍କର ବ୍ୟାଙ୍କ ଆକାଉଣ୍ଟକୁ ଡିଜିଟାଲ ମୋଡରେ ସ୍ଥାନାନ୍ତର କରିବେ । ଏହାସହିତ ଯୋଗ୍ୟ ହିତାଧିକାରୀଙ୍କୁ ପକ୍କା ଘର ଆବଂଟନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ‘ଆବାସ+ ୨୦୨୪’ ଆପକୁ ପ୍ରଧାନମନ୍ତ୍ରୀ ଲୋକାର୍ପଣ କରିବେ ବୋଲି ଜଣାପଡ଼ିଛି ।

ଜନତା ମଇଦାନରେ ବିଶାଳ ମହିଳା ସମାବେଶରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି ଯୋଗ ଦେବାର କାର୍ଯ୍ୟକ୍ରମ ଥିବାରୁ ସେଠାରେ ବସିବା ପାଇଁ ଯଥେଷ୍ଟ ସଂଖ୍ୟକ ଚେୟାର, କାର୍ଯ୍ୟକ୍ରମସ୍ଥଳ ନିକଟ ରାସ୍ତାର ବିଭିନ୍ନ ସ୍ଥାନରେ ବହୁ ସଂଖ୍ୟକ ମୋବାଇଲ୍ ଶୌଚାଳୟ, ବାୟୋ ଟଏଲେଟ ଆଦି ବ୍ୟବସ୍ଥା ପାଇଁ ମୁଖ୍ୟ ସଚିବ ଶ୍ରୀ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି କରିବା ସହ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ଅଧିକ ଲୋକେ ଯେଭଳି ଦେଖିପାରିବେ ସେଥିପାଇଁ ରାଜଧାନୀର ବିଭିନ୍ନ ସ୍ଥାନରେ ବ୍ୟାପକ ସଂଖ୍ୟକ ଏଲଇଡି ଲଗାଇ କାର୍ଯ୍ୟକ୍ରମର ସିଧାସଳଖ ପ୍ରସାରଣ ନିମନ୍ତେ ନିଷ୍ପତ୍ତି ହୋଇଛି ।

Advertisment
Odisha Narendra Modi PM Modi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe