Advertisment

ଆଜି ଆସୁଛନ୍ତି ମୋଦି; ଭେଟିଦେବେ ୧୯,୬୦୦ କୋଟିର ପ୍ରକଳ୍ପ

ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟବାସୀଙ୍କୁ ଭେଟିଦେବେ ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ ।

author-image
Niharika Rout
ଅଦ୍ୟତନ ହୋଇଛି
PM Modi

PM Modi

ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟବାସୀଙ୍କୁ ଭେଟିଦେବେ ୧୯ ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ । ଏଥିସହ ସାଧାରଣ ସଭାରେ ସେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି।

Advertisment

ପାରାଦୀପ ରିଫାଇନାରିରେ ଭାରତୀୟ ତୈଳ ନିଗମ ଲିମିଟେଡର ମନୋ ଏଥିଲିନ୍ ଗ୍ଲାଇକଲ୍ ପ୍ରକଳ୍ପକୁ ମୋଦି ଉଦଘାଟନ କରିବେ। ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ୩୪୪ କିଲୋମିଟର ଲମ୍ବ ଉତ୍ପାଦ ପାଇପଲାଇନ୍ ପ୍ରକଳ୍ପ ଏବଂ ପାରାଦୀପରେ ନିର୍ମିତ ୦.୬ MMTPA ଏଲପିଜି ଆମଦାନୀ ସୁବିଧାର ମଧ୍ୟ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ।

ଏଥିସହ ୧୬୨ କିଲୋମିଟରର ବାଂଶପାଣି-ଦୈତାରୀ-ଟମକା-ଯଖପୁରା ରେଳ ଲାଇନ୍ ଦୋହରୀକରଣକୁ ଦେଶ ପାଇଁ ଉତ୍ସର୍ଗ କରିବେ। ପୁରୀ- ନୂଆଦିଲ୍ଲୀ ମଧ୍ୟରେ ନୂଆ ଟ୍ରେନ୍ କେନ୍ଦୁଝରଗଡ଼ ଷ୍ଟେସନରୁ ଶୁଭାରମ୍ଭ ହେବା ସହ, କେନ୍ଦ୍ରାପଡା ଜିଲ୍ଲା ଦେଇ ପ୍ରଥମ ଯାତ୍ରୀ ବାହୀ ଟ୍ରେନର ଶୁଭାରମ୍ଭ କରିବେ ।

Advertisment

ଏସବୁ ଉନ୍ନୟନମୂଳକ ପ୍ରକଳ୍ପ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।

Odisha PM Modi