Advertisment

ଆଜି ଆସୁଛନ୍ତି ମୋଦି, ରାଜଧାନୀରେ କରିବେ ମେଗା ରୋଡ୍ ଶୋ’

ଆଜି ରାଜଧାନୀରେ ମେଗା ରୋଡ୍ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି। ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ବାଣୀବିହାର ଯାଏଁ ହେବ ବିଶାଳ ରାଲି।

ଅଦ୍ୟତନ ହୋଇଛି
PM Modi

PM Modi

Advertisment

ଆଜି ରାଜଧାନୀରେ ମେଗା ରୋଡ୍ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି। ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ବାଣୀବିହାର ଯାଏଁ ହେବ ବିଶାଳ ରାଲି। ସାମିଲ ହେବେ ୨ ଲକ୍ଷରୁ ଅଧିକ କାର୍ଯ୍ୟକର୍ତ୍ତା।

Advertisment

ପ୍ରଧାନମନ୍ତ୍ରୀ ଆଜି ରାତି ୮ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିଜେପି ପାର୍ଟି ଅଫିସଠାରୁ ବାଣୀବିହାର ଯାଏଁ ରୋଡ ଶୋ କରି ପ୍ରଚାର କରିବେ । ଏଥିପାଇଁ ଦଳ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ଅନ୍ୟ ପଟେ ସୁରକ୍ଷା ଦୃଷ୍ଟିରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି।

ପୁଲିସ ଯାଞ୍ଚ ପରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀଙ୍କ SPG କମାଣ୍ଡୋ। ବ୍ଲୁ ବୁକ୍ ସୁରକ୍ଷା ବ୍ୟବସ୍ଥା କରାଯିବା ସହ ପୁରା ରୋଡ୍ କଡରେ ଥିବା ପବ୍ଲିକ, ମିଡିଆ ଷ୍ଟେଜ୍, କନେକ୍ଟିଂ ରୋଡ୍, ଟ୍ରାଫିକ୍, ରାସ୍ତାର ଉଭୟ ପାଖରେ ଥିବା ବ୍ୟାବସାୟିକ ପ୍ରତିଷ୍ଠାନ ସବୁଠି ଟିକନିକ ଯାଞ୍ଚ କରିଛନ୍ତି SPG।

Advertisment

ପ୍ରଧାନମନ୍ତ୍ରୀଙ୍କ ଏହି ଅଢେଇ କିଲୋମିଟରର ରୋଡ୍ ଶୋ ଭିତରେ ଝଲସିବ ଓଡିଶା କଳା ଓ ସଂସ୍କୃତି। କୋଣାର୍କ ଚକ୍ର ଓ ଖଣ୍ଡିଗିରି ଐତିହ୍ୟ ପରି ଓଡିଶା କଳା ପରମ୍ପରାରେ ୧୦ ଆଇକନ ୧୦ଟି ସ୍ଥାନରେ ସ୍ଥାନିତ ହେବ। ସ୍ଥାନେ ସ୍ଥାନେ ଓଡ଼ିଶାର ବିଭିନ୍ନ ଲୋକକଳା ମାଧ୍ୟମରେ ମୋଦିଙ୍କୁ ସ୍ୱାଗତ କରାଯିବ।

ରୋଡ ଶୋ’ ପରେ ରାଜଭବନରେ ରାତ୍ରୀ ରହଣି କରି ଆସନ୍ତାକାଲି ୩ଟି ସ୍ଥାନରେ ସମାବେଶ କରିବେ ପିଏମ ମୋଦି।

ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ୍ ଶୋ’ ପାଇଁ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଲାଗୁ କରାଯାଇଛି। ଅପରାହ୍ନ ୨ଟାରୁ ରୋଡ୍ ଶୋ’ ସରିବା ଯାଏଁ ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ଯାଏଁ ରାସ୍ତାରେ ଯା’ଆସ ବନ୍ଦ ରହିବ। ସେହିପରି ଅପରାହ୍ନ ୪ଟାରୁ ରୋଡ୍ ଶୋ’ ଶେଷ ହେବା ପର୍ଯ୍ୟନ୍ତ ବାଣୀବିହାରରୁ ମାଷ୍ଟରକ୍ୟାଣ୍ଟିନ ପର୍ଯ୍ୟନ୍ତ ରାସ୍ତାରେ ଯିବାଆସିବା ବନ୍ଦ ରହିବ। ଜନପଥକୁ ସଂଯୋଗ କରୁଥିବା କୌଣସି ଗଳିରୁ ଗାଡ଼ି ରାସ୍ତାକୁ ଛଡ଼ାଯିବ ନାହିଁ। ରୋଡ୍ ଶୋ’ ବେଳେ ରାମ ମନ୍ଦିରରୁ ବାଣୀ ବିହାରକୁ ନୋ ଫ୍ଲାଏ ଜୋନ୍ କରାଯିବ।

ବମ୍ ସ୍କ୍ୱାର୍ଡ ଓ ଡଗ୍ ସ୍କ୍ୱାର୍ଡ ମୁତୟନ ରହିବେ। ୫ ଜଣ ଡିସିପି, ୧୦ ଜଣ ଅତିରିକ୍ତ ଡିସିପି, ୨୭ ଏସିପି, ୪୧ ଆଇଆଇସି, ୫୫ ପ୍ଲାଟୁନ ଫୋର୍ସ ସହ ୩ ଆଣ୍ଟି ଟେରର ଫୋର୍ସ ବି ମୁତୟନ ରହିବେ।

PM Modi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe