PM Narendra Modi (File Photo)
ଜାନୁଆରୀରେ ଦୁଇ ଥର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମ ଓ ଉତ୍କର୍ଷ ଓଡ଼ିଶା କନ୍କ୍ଲେଭରେ ଯୋଗଦେବେ ପ୍ରଧାନମନ୍ତ୍ରୀ। ଆସନ୍ତା ଜାନୁଆରୀ ୮, ୯ ଓ ୧୦ ତାରିଖରେ ଭୁବନେଶ୍ୱରରେ ଆୟୋଜିତ ହେବ ପ୍ରବାସୀ ଭାରତୀୟଙ୍କ କାର୍ଯ୍ୟକ୍ରମ। ଏଥିରେ ପ୍ରଧାନମନ୍ତ୍ରୀ ଯୋଗଦେବେ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଠିକ୍ ସେହିପରି ଜାନୁଆରୀ ୨୭ ଓ ୨୮ତାରିଖ ‘ଉତ୍କର୍ଷ ଓଡ଼ିଶା’ କନ୍କ୍ଲେଭ ଭୁବନେଶ୍ୱରରେ ଆୟୋଜିତ ହେବ। ସେଥିରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବ। ରାଜ୍ୟ ପୁଲିସ ହାବିଲଦାର କନଷ୍ଟେବଳ ସିପାହୀ ମହାସଙ୍ଘ ଉତ୍ସବରେ ଯୋଗଦେଇ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us