Advertisment

ବିଜେଡିରୁ ବହିଷ୍କୃତ ସସ୍ମିତା ମାଝୀ ଗିରଫ

ସସ୍ମିତା ପାଣ୍ଡିଆନଙ୍କ ସମ୍ପର୍କୀୟ ବୋଲି ପରିଚୟ ଦେଇ ଚାକିରି କରାଇ ଦେବା ନାଁରେ ଏକାଧିକ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା।

ଅଦ୍ୟତନ ହୋଇଛି
sasmita maji

sasmita maji

Advertisment

ଭି.କେ ପାଣ୍ଡିଆନଙ୍କ ନାଁ ନେଇ ଚାକିରି କରାଇ ଦେବା ନାଁରେ ଏକାଧିକ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକେଇ ମାମଲାରେ ଫସିଥିବା ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ୩ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟ ସସ୍ମିତା ମାଝୀଙ୍କୁ ଆଜି ଗିରଫ କରିଛି ପୁଲିସ। ଜଗତସିଂହପୁରରୁ ମାଥିଲି ଥାନା ପୁଲିସ ସସ୍ମିତାଙ୍କୁ ଗିରଫ କରିଥିବା ଜଣାଯାଇଛି। 

Advertisment

୩ ଦିନ ତଳେ ବିଜେଡିରୁ ବହିଷ୍କାର ହୋଇଥିଲେ ସସ୍ମିତା। ଜନବିରୋଧୀ କାର୍ଯ୍ୟ ଯୋଗୁ ସସ୍ମିତାଙ୍କୁ ଦଳରୁ ବହିଷ୍କାର କରାଯାଇଥିବା ପ୍ରେସ୍ ରିଲିଜରେ ଉଲ୍ଲେଖ କରାଯାଇଥିଲା।

ଏହି ମାମଲାରେ ସସ୍ମିତା ମାଝୀଙ୍କ ସମେତ ୩ ଜଣ ଅଭିଯୁକ୍ତ ରହିଛନ୍ତି। ପୂର୍ବରୁ ମାଷ୍ଟରମାଇଣ୍ଡ ରମେଶ ରାଉତଙ୍କୁ ଭୁବନେଶ୍ୱରରୁ ଗିରଫ କରିଥିଲା ପୁଲିସ। ରମେଶ ନିଜକୁ ଭିକେ ପାଣ୍ଡିଆନଙ୍କ ସମ୍ପର୍କୀୟ କହି ଚାକିରି କରାଇ ଦେବା ନାଁରେ ଅନେକ ଲୋକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ହଡ଼ପ କରିଥିଲେ। ଏଥିରେ ତାଙ୍କ ସହିତ ସସ୍ମିତା ମାଝୀ ଓ ଅନ୍ୟ ଜଣେ ସହଯୋଗୀ ସାମିଲ ଥିବା ଅଭିଯୋଗ ହୋଇଥିଲା।

Advertisment

ଏହି ତିନି ଜଣଙ୍କ କାରନାମାର ଚେର କେନ୍ଦ୍ରାପଡ଼ାରୁ ମାଲକାନଗିରି ପର୍ଯ୍ୟନ୍ତ ଲମ୍ବିଥିବା ଜଣାପଡ଼ିଥିଲା।ମାଥିଲି ଥାନାରେ ସେମାନଙ୍କ ନାଁରେ ଏକାଧିକ ମାମଲା ରୁଜୁ ହୋଇଛି।

Malkangiri BjD
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe