Advertisment

ଓଡ଼ିଶା ସହ ଲୋକସଭା ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ମୁଖ୍ୟ ନିର୍ବାଚନ କମିଶନ କମିଶନଙ୍କ ଘୋଷଣା ଅନୁଯାୟୀ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ ହେବ। ମେ’ ୧୩, ମେ ୨୦, ମେ’ ୨୫ ଓ ଜୁନ ୧ରେ ଓଡ଼ିଶାବାସୀ ସମସ୍ତ ୧୪୭ଟି ଆସନ ପାଇଁ ଭୋଟ ଦେବେ। ଜୁନ ୪ରେ ଲୋକସଭା ସହ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବ।

ଅଦ୍ୟତନ ହୋଇଛି
Vote

Vote

Advertisment

ଦେଶର ସାଧାରଣ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି। ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର ଓ ଦୁଇ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଏବଂ ସୁଖବୀର ସିଂହ ସାନ୍ଧୁ ମିଳିତ ଭାବେ ସାମ୍ବାଦିକ ସମ୍ମିଳନୀ କରି ତାରିଖ ଘୋଷଣା କରିଛନ୍ତି। ଦେଶର ମୋଟ ୫୪୩ ଲୋକସଭା ଆସନ ପାଇଁ ୭ଟି ପର୍ଯ୍ୟାୟରେ ଭୋଟିଂ ହେବ। ପ୍ରଥମ ପର୍ଯ୍ୟାୟ ଭୋଟି ଏପ୍ରିଲ ୧୯ରୁ ଆରମ୍ଭ ହେବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଏପ୍ରିଲ ୨୬, ତୃତୀୟ ପର୍ଯ୍ୟାୟ ଭୋଟ ମେ’ ୭, ୪ର୍ଥ ପର୍ଯ୍ୟାୟ ଭୋଟ ମେ’ ୧୩, ୫ମ ପର୍ଯ୍ୟାୟ ଭୋଟ ୨୦, ୬ଷ୍ଠ ପର୍ଯ୍ୟାୟ ଭୋଟ ମେ’ ୨୫ ଓ ଶେଷ ପର୍ଯ୍ୟାୟ ଭୋଟ ଜୁନ ୧ରେ ଅନୁଷ୍ଠିତ। 

Advertisment

ଆଜି ନିର୍ବାଚନ କମିଶନ ଲୋକସଭା ବ୍ୟତୀତ ୪ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ତାରିଖ ଘୋଷଣା କରିଛନ୍ତି। ଓଡ଼ିଶା, ଅରୁଣାଚଳ ପ୍ରଦେଶ, ସିକ୍କିମ ଓ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନ ମଧ୍ୟ ଲୋକସଭା ନିର୍ବାଚନ ସହ ସମାନ୍ତରଳ ଭାବେ ଅନୁଷ୍ଠିତ ହେବ। ସେହିପରି ବିଭିନ୍ନ ରାଜ୍ୟରେ ଖାଲି ପଡ଼ିଥିବା ୨୬ଟି ବିଧାନସଭା ଆସନ ପାଇଁ ଉପ ନିର୍ବାଚନ ହେବ। 

ମୁଖ୍ୟ ନିର୍ବାଚନ କମିଶନ କମିଶନଙ୍କ ଘୋଷଣା ଅନୁଯାୟୀ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ ହେବ। ମେ’ ୧୩, ମେ ୨୦, ମେ’ ୨୫ ଓ ଜୁନ ୧ରେ ଓଡ଼ିଶାବାସୀ ସମସ୍ତ ୧୪୭ଟି ଆସନ ପାଇଁ ଭୋଟ ଦେବେ। ଜୁନ ୪ରେ ଲୋକସଭା ସହ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବ। 

Advertisment

ଦେଶର ପ୍ରାୟ ୯୭ କୋଟି ପଞ୍ଜୀକୃତ ଭୋଟର ଇଭିଏମ ଦବାଇ ପରବର୍ତ୍ତୀ ସରକାର ଗଠନ ପାଇଁ ନିଜର ମତାଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ୧୦.୫ ଲକ୍ଷ ଅଧିକ ବୁଥ ନିର୍ବାଚନ କମିଶନ ପକ୍ଷରୁ ସମଗ୍ର ଦେଶରେ ତିଆରି କରାଯିବ। ନିର୍ବାଚନକୁ ସୂଚାରରୂପେ ଶେଷ କରିବା ପାଇଁ ୧.୫ କୋଟି ପୁଲିଂ ଅଫିସର ନିଯୁକ୍ତ ହେବେ। ୫୫ ଲକ୍ଷ ଇଭିଏମ ଦ୍ୱାରା ଲୋକଙ୍କ ମତାଧିକାର ଗ୍ରହଣ କରାଯିବ। 

୨୦୧୯ରେ ବିଜେପି ଏକାକୀ ୩୦୩ ଲୋକସଭା ଆସନ ଜିତିଥିବା ବେଳେ କଂଗ୍ରେସ କେବଳ ୫୨ଟି ଆସନ ଜିତିବାକୁ ସକ୍ଷମ ହୋଇଥିଲା। ଏଥର ବିଜେପି ୩୭୦ ଆସନ ଜିତିବ ବୋଲି ଲକ୍ଷ୍ୟ ରଖିଛି। ବିଜେପିକୁ ମାତ ଦେବା ପାଇଁ ଏକାଧିକ ରାଜନୀତିକ ଦଳ ମିଳିତ ଭାବେ ଇଣ୍ଡିଆ ମେଣ୍ଟ ଗଠନ କରିଛନ୍ତି। ହେଲେ ଏହା କେତେ ଦୂର ସଫଳ ହେଉଛି, ସେକଥା ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବା ପରେ ଜଣାପଡ଼ିବ। 

Lok Sabha Election Lok Sabha Elections 2024 Lok Sabha Election 2024 Lok Sabha Election Dates
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe