Advertisment

ଆସନ୍ତାକାଲି କନ୍ଧମାଳ ସଂସଦୀୟ କ୍ଷେତ୍ରର ୨ଟି ବୁଥରେ ହେବ ସାନି ମତଦାନ

ଆସନ୍ତାକାଲି ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏ ଏହି ଦୁଇ ବୁଥରେ ପୁନଃ ମତଦାନ ହେବ।

ଅଦ୍ୟତନ ହୋଇଛି
Vote

Vote

Advertisment

କନ୍ଧମାଳ ସଂସଦୀୟ କ୍ଷେତ୍ରର ୨ଟି ବୁଥରେ ହେବ ସାନି ମତଦାନ। ଆସନ୍ତାକାଲି କଣ୍ଟାମାଳ ବିଧାନସଭାର ୨୬ ଓ ୨୮ ନମ୍ବର ବୁଥରେ ରି ପୋଲିଂ ହେବ। ECIଙ୍କ ନିର୍ଦ୍ଦେଶ ପରେ ସିଇଓ ଏହି ସୂଚନା ଜାରି କରିଛନ୍ତି।

Advertisment

ଆସନ୍ତାକାଲି ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏଁ ଏହି ଦୁଇ ବୁଥରେ ପୁନଃ ମତଦାନ ହେବ। ଏଥିପାଇଁ ଦିଲ୍ଲୀପ କୁମାର ମହାପାତ୍ରଙ୍କୁ ବୌଦ୍ଧ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ତଥା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ରିଟର୍ଣ୍ଣିଂ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି।

କଣ୍ଟାମାଳ ନିର୍ବାଚନମଣ୍ଡଳୀ ମହେଶ୍ୱର ପିଣ୍ଡା ବୁଥ୍ ନମ୍ବର- ୨୮ରେ  ଭୋଟରଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ କହିଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ଭୋଟରଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିବା ବେଳେ ପୁନଃ ମତଦାନ ପାଇଁ ଦାବି କରିଥିଲେ ବିଜେପି ପ୍ରାର୍ଥୀ କହ୍ନେଇ ଚରଣ ଡାଙ୍ଗ। ଏପରିକି ପୁଲିସ-ଜନତା ଖଣ୍ଡଯୁଦ୍ଧ ହୋଇଥିଲା ଏବଂ ସ୍ଥିତି ନିୟନ୍ତ୍ରଣ
ପାଇଁ ପୁଲିସ ଲାଠିମାଡ ଓ ଫାଙ୍କା ଗୁଳିଚାଳନା ବି କରିଥିଲା।

Advertisment

ସୂଚନାଯୋଗ୍ୟ, ଗତକାଲି ୨୦ତାରିଖରେ କନ୍ଧମାଳ ସଂସଦୀୟ କ୍ଷେତ୍ରରେ ମତଦାନ ହୋଇଥିଲା । ତେବେ ଏହି ଦୁଇ ବୁଥରେ ମତଦାନକୁ ନେଇ ଅଭିଯୋଗ ହେବାପରେ ନିର୍ବାଚନ କମିଶନ ଅନୁରୂପ ନିଷ୍ପତ୍ତି ନେଇଛନ୍ତି ।

2024 General Election Loka Sabha Election 2024 Odisha Assembly Election 2024
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe