Advertisment

କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ୨ଟି ବୁଥରେ ଚାଲିଛି ସାନି ମତଦାନ

୨୦ତାରିଖରେ କନ୍ଧମାଳ ସଂସଦୀୟ କ୍ଷେତ୍ରରେ ମତଦାନ ହୋଇଥିଲା

ଅଦ୍ୟତନ ହୋଇଛି
Vote

Vote

Advertisment

କନ୍ଧମାଳ ଜିଲ୍ଲା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ବୁଥ ନମ୍ୱର ୨୬ ଓ ୨୮ରେ ସାନି ମତଦାନ ଚାଲିଛି। ସକାଳ ୭ଟାରୁ ଶାନ୍ତିଶୃଙ୍ଖଳାର ସହ ଆରମ୍ଭ ହୋଇଛି ଭୋଟିଂ। ଅପରାହ୍ଣ ୪ଟା ଯାଏ ମତଦାନ ଚାଲିବ। ଦୁଇଟି ବୁଥରେ ନିର୍ବାଚନ ପରିଚାଳନା ପାଇଁ ନିୟୋଜିତ ହୋଇଛନ୍ତି ୪ଜଣ ମାଜିଷ୍ଟ୍ରେଟ। ବ୍ୟାପକ ପୁଲିସ ମଧ୍ୟ ଫୋର୍ସ ମୃତୟନ ହୋଇଛନ୍ତି।

Advertisment

କଣ୍ଟାମାଳ ନିର୍ବାଚନମଣ୍ଡଳୀର ଦୁଇଟି ବୁଥ୍‌ରେ ଭୋଟରଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ କୁହାଯାଇଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ଭୋଟରଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିବା ବେଳେ ପୁନଃ ମତଦାନ ପାଇଁ ଦାବି କରିଥିଲେ ବିଜେପି ପ୍ରାର୍ଥୀ କହ୍ନେଇ ଚରଣ ଡାଙ୍ଗ। ଏପରିକି ପୁଲିସ-ଜନତା ଖଣ୍ଡଯୁଦ୍ଧ ହୋଇଥିଲା ଏବଂ ସ୍ଥିତି ନିୟନ୍ତ୍ରଣ
ପାଇଁ ପୁଲିସ ଲାଠିମାଡ ଓ ଫାଙ୍କା ଗୁଳିଚାଳନା ବି କରିଥିଲା।

ସୂଚନାଯୋଗ୍ୟ, ୨୦ତାରିଖରେ କନ୍ଧମାଳ ସଂସଦୀୟ କ୍ଷେତ୍ରରେ ମତଦାନ ହୋଇଥିଲା। ତେବେ ଏହି ଦୁଇ ବୁଥରେ ମତଦାନକୁ ନେଇ ଅଭିଯୋଗ ହେବାପରେ ନିର୍ବାଚନ କମିଶନ ଅନୁରୂପ ନିଷ୍ପତ୍ତି ନେଇଛନ୍ତି

Advertisment
2024 General Election Loka Sabha Election 2024 Odisha Assembly Election 2024
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe