Advertisment

ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ

ପୋଷ୍ଟରରେ ବିଧାୟକ ‘ସନ୍ତୋଷ ସିଂ ସାଲୁଜାଙ୍କୁ ମୁଁ ୧୫ ଦିନ ଭିତରେ ମାରିଦେବି ବୋଲି ଉଲ୍ଲେଖ ରହିଛି।

ଅଦ୍ୟତନ ହୋଇଛି
Kantabanji  MLA

Kantabanji MLA

Advertisment

କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ମିଳିଛି ହତ୍ୟା ଧମକ। ୧୫ ଦିନ ମଧ୍ୟରେ ସାଲୁଜାଙ୍କୁ ହତ୍ୟା ନେଇ ପୋଷ୍ଟରରେ ଉଲ୍ଲେଖ ରହିଛି।  ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରରେ ବିଧାୟକଙ୍କୁ ହତ୍ୟା ଧମକ ନେଇ ବିଭିନ୍ନ ସ୍ଥାନରେ ପୋଷ୍ଟର ଲାଗିଛି। ହତ୍ୟା ଧମକ ନେଇ କିଏ ବ୍ୟାନର ଲଗାଇଛି  ତାହା ଜଣାପଡ଼ିନି।

Advertisment

ପୋଷ୍ଟରରେ ଜଣେ ଯୁବକଙ୍କ ଫଟୋ ମଧ୍ୟ ରହିଛି। ସେଥିରେ ଲେଖାଯାଇଛି ‘ସନ୍ତୋଷ ସିଂ ସାଲୁଜାଙ୍କୁ ମୁଁ ୧୫ ଦିନ ଭିତରେ ମାରିଦେବି’।  କଣ୍ଟାବାଞ୍ଜି ପୁଲିସ ପୋଷ୍ଟରକୁ ଜବତ କରିବା ସହ ଘଟଣାର ତଦନ୍ତ କରୁଛି। ତେବେ ଯୁବକ ଜଣଙ୍କ କିଏ ତାହା ଜଣାପଡ଼ିନାହିଁ। ଏନେଇ ଘଟଣାକୁ ନେଇ କଣ୍ଟାବାଞ୍ଜି ବିଧାୟକଙ୍କର କୌଣସି ପ୍ରତିକ୍ରିୟା ମିଳିନାହିଁ। ଏହାସହ ପୁଲିସର ମଧ୍ୟ ପ୍ରତିକ୍ରିୟା ମିଳିନାହିଁ।

ସୂଚନାଯୋଗ୍ୟ, କିଛି ବର୍ଷ ତଳେ କଣ୍ଟାବାଞ୍ଜି ସହରର ସନ୍ତୋଷ ସିଂ ସାଲୁଜାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। 

Advertisment
Congress
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe