Advertisment

ନାମାଙ୍କନପତ୍ର ଦାଖଲ କଲେ ପ୍ରଦୀପ, ଜଗନ୍ନାଥ, ସାରଦା ଓ ରୀତା

ବରଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରଦୀପ ପୁରୋହିତ ନାମାଙ୍କନପତ୍ର ଦାଖଲ କରିଛନ୍ତି।

ଅଦ୍ୟତନ ହୋଇଛି
BJP, BJD

BJP, BJD

Advertisment

ଓଡ଼ିଶାରେ ହେବାକୁ ଥିବା ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଜାରି ରହିଛି ନାମାଙ୍କନ ଦାଖଲ ପ୍ରକ୍ରିୟା। ଏହି କ୍ରମରେ ଆଜି ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେପିର ବରଗଡ଼ ଲୋକସଭା ପ୍ରାର୍ଥୀ ପ୍ରଦୀପ ପୁରୋହିତ। ବରଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରଦୀପ ପୁରୋହିତ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିଶାଳ ଶୋଭାଯାତ୍ରାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ ପ୍ରଦୀପ। ଏହି ଅବସରରେ ପ୍ରଦୀପଙ୍କ ସହ ଥିଲେ ବରଗଡ଼ ବିଧାନସଭା ପ୍ରାର୍ଥୀ ଅଶ୍ୱିନୀ ଷଡ଼ଙ୍ଗୀ, ଭଟଲି ବିଧାନସଭା ପ୍ରାର୍ଥୀ ଈରାଶିଷ ଆଚାର୍ଯ୍ୟ ଓ ଅତାବିରା ବିଧାନସଭା ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦ। ଏଥିସହ ଶତାଧିକ ବିଜେପି କର୍ମୀ ଓ ସମର୍ଥକ ଶୋଭାଯାତ୍ରାରେ ସାମିଲ ହୋଇଥିଲେ।

Advertisment

ଭୁବନେଶ୍ୱର-ମଧ୍ୟ ବିଧାନସଭା ଆସନରୁ ବିଜେପି ଟିକେଟରେ ପ୍ରାର୍ଥୀ ହୋଇଥିବା ଜଗନ୍ନାଥ ପ୍ରଧାନ ମଧ୍ୟ ଆଜି ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିରାଟ ଶୋଭାଯାତ୍ରାରେ ଆସି ସେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ପ୍ରାର୍ଥିପତ୍ର ଦାଖଲ ବେଳେ ତାଙ୍କ ସହିତ ବିଜେପିର ଭୁବନେଶ୍ୱର ଲୋକସଭା ଆସନ ପ୍ରାର୍ଥୀ ତଥା ସାଂସଦ ଅପରାଜିତା ଷଡ଼ଙ୍ଗୀ ଉପସ୍ଥିତ ଥିଲେ। ୨୦୧୪ ଓ ୨୦୧୯ରେ ବିଜେପିରୁ ପ୍ରାର୍ଥୀ ହୋଇ ନିର୍ବାଚନ ଲଢ଼ିଥିଲେ ଜଗନ୍ନାଥ ପ୍ରଧାନ। ୨୦୧୯ ଭଳି ଏଥର ମଧ୍ୟ ତାଙ୍କର ଲଢ଼େଇ ବିଜେଡି ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କ ସହିତ ହେବ। ଗତ ଥର ଏହି ଆସନରୁ ବିଜୟୀ ହୋଇଥିଲେ ଅନନ୍ତ ନାରାୟଣ ଜେନା। 

ରାଉରକେଲା ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିବା ବିଜେଡି ନେତା ସାରଦା ନାୟକ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନ ଦାଖଲ କରିଥିଲେ। ତା’ପୂର୍ବରୁ ସାରଦା ନାୟକ ସହରର ବିଭିନ୍ନ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ। ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଭାବେ ଏଥର ନିର୍ବାଚନ ମଇଦାନରେ ଅଛନ୍ତି ବିଜେପି ପ୍ରାର୍ଥୀ ଦିଲ୍ଲୀପ ରାୟ।

Advertisment

ମନ୍ତ୍ରୀ ରୀତା ସାହୁ ବରଗଡ଼ ଜିଲ୍ଲା ବିଜେପୁର ବିଧାନସଭା ଆସନ ପାଇଁ ଆଜି ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ଆସି ସେ ତାଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ। ସେ ନାମାଙ୍କନପତ୍ର ଦାଖଲ କରିବା ସମୟରେ ଦଳର ବରଗଡ଼ ସାଂସଦ ପ୍ରାର୍ଥୀ ପରିଣୀତା ମିଶ୍ରଙ୍କ ସହ ବହୁ ଦଳୀୟ କର୍ମୀମାନେ ଉପସ୍ଥିତ ଥିଲେ। 

BjD Bjp Election
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe