ପ୍ରଦୀପ-ଶିବଶଙ୍କର ହାତାହାତି

ଆକ୍ରମଣରେ ପ୍ରଦୀପ ପାଣିଗ୍ରାହୀ ସାମାନ୍ୟ ଆହତ ସୂଚନା

BJP

ଆହାତ ପ୍ରଦୀପ ପାଣିଗ୍ରାହୀ

Biswajit Samal
  • Published: Monday, 13 May 2024
  • , Updated: 13 May 2024, 11:02 PM IST

ବ୍ରହ୍ମପୁର ଗୋଷାଣୀ ନୂଆଗାଁରେ ଦୁଇ ପ୍ରାର୍ଥୀ ହାତାହାତି। ଉଭୟଙ୍କ ମଧ୍ୟରେ ତୁମୁଳକାଣ୍ଡ। ଉତ୍କଳମଣି ୟୁପି ସ୍କୁଲ ବୁଥ ଆଗରେ ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ସ୍ୱାଧୀନ ବିଧାନସଭା ପ୍ରାର୍ଥୀ ଶିବଶଙ୍କର ଦାସଙ୍କ ମଧ୍ୟରେ ହାତାହାତି ହୋଇଥିବା ସୂଚନା ମିଳିଛି।

ଆକ୍ରମଣରେ ପ୍ରଦୀପ ପାଣିଗ୍ରାହୀ ସାମାନ୍ୟ ଆହତ ସୂଚନା। ଶିବଶଙ୍କର ଦାସ ଗୋଷାଣୀ ନୂଆଗାଁ ଥାନାରେ ଅଟକ ରଖିବା ପରେ ଥାନା ଆଗରେ ତାଙ୍କର ସମର୍ଥକଙ୍କ ହୋହଲ୍ଲା ଦେଖିବାକୁ ମିଳିଛି। ଶିବଶଙ୍କର ଦାସଙ୍କ ସମର୍ଥକ ମାନେ ବୁଥ ରିଗିଂ ଅଭିଯୋଗ କରୁଥିବା ବେଳେ ପ୍ରଦୀପଙ୍କ ସମର୍ଥକ ମାନେ ଇ ଭି ଏମ ସିଲକୁ ନେଇ ପାଟିତୁଣ୍ଡ କରିବାରୁ ଏଭଳି ଘଟଣା ଘଟିଥିବା ଅଭିଯୋଗ ହୋଇଛି।

Related story