Advertisment

ପ୍ରଫୁଲ ସାମଲଙ୍କୁ ମିଳିଲା ନୂଆ ଦାୟିତ୍ୱ

୨୦୨୪ରେ ଭଦ୍ରକ ଆସନରୁ ବିଧାନସଭା ନିର୍ବାଚନ ଲଢ଼ି ହାରିଥିଲେ ପ୍ରଫୁଲ୍ଲ ସାମଲ।

Prafulla samal

Prafulla samal

Advertisment

ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲଙ୍କୁ ମିଳିଛି ନୂଆ ଦାୟିତ୍ୱ। ତାଙ୍କୁ ବିଜୁ ଶ୍ରମିକ ସାମୁଖ୍ୟର ରାଜ୍ୟ ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ।

Advertisment

୬ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି ପ୍ରଫୁଲ୍ଲ ସାମଲ। ୧୯୯୦ ଓ ୧୯୯୫ରେ ସେ ଜନତା ଦଳ ଟିକେଟରେ ଭଦ୍ରକ ବିଧାନସଭା ଆସନରୁ ବିଜୟୀ ହୋଇଥିଲେ। ୨୦୦୧ରେ ଭଦ୍ରକ ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନରେ ସେ ବିଜେଡି ଟିକେଟରେ ଛିଡ଼ା ହୋଇ ବିଜୟୀ ହୋଇଥିଲେ। ୨୦୦୯ରୁ ୨୦୧୯ ପର୍ଯ୍ୟନ୍ତ ସେ ବିଜେଡି ଟିକେଟରେ ଭଣ୍ଡାରିପୋଖରୀ ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

୨୦୨୪ରେ ପୁଣି ଭଦ୍ରକ ଆସନରୁ ବିଧାନସଭା ନିର୍ବାଚନ ଲଢ଼ିଥିଲେ ପ୍ରଫୁଲ୍ଲ ସାମଲ। ତେବେ ସେ ବିଜେପିର ସୀତାଂଶୁ ଶେଖର ମହାପାତ୍ରଙ୍କଠାରୁ ପରାସ୍ତ ହୋଇଥିଲେ।

Advertisment
Prafulla Samal
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe