ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା

ନର୍ବାଚନ ପୂର୍ବରୁ ବିଜେଡିକୁ ଆସି ସେ କଟକ-ବାରବାଟୀ ଆସନରୁ ଟିକେଟ ହାତେଇଥିଲେ। ୨୦୧୪ରେ ସାଲେପୁରରୁ କଂଗ୍ରେସ ଟିକେଟ୍‌ରେ ଜିତିଥିଲେ। ପରେ କଂଗ୍ରେସରୁ ବିଜେପି ଯାଇ ସେଠୁ ବିଜେଡିକୁ ଯାଇଥିଲେ ପ୍ରକାଶ ।

ପୂର୍ବତନ ବିଧାୟକ ପ୍ରକାଶ ବେହେରା (ଫାଇଲ ଫଟୋ)

  • Published: Thursday, 10 October 2024
  • , Updated: 10 October 2024, 06:06 PM IST

ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ପ୍ରକାଶ ବେହେରା। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ନିଜ ଇସ୍ତଫା ପତ୍ର ପଠାଇଛନ୍ତି ପ୍ରକାଶ। ଗତ ନିର୍ବାଚନରେ କଟକ ବାରବାଟୀରୁ ସେ ପ୍ରାର୍ଥୀ ହୋଇଥିଲେ । ନିଜ ଇସ୍ତଫା ପତ୍ରରେ ପ୍ରକାଶ କହିଛନ୍ତି ଯେ, ମୁଁ ରାଷ୍ଟ୍ରୀୟ ଚିନ୍ତାଧାରାରେ ବିଶ୍ବାସ ରଖେ । ଜନସାଧାରଣଙ୍କ ସମସ୍ୟା, ବିକାଶ ଓ ସଂଗଠନ ସହ ଜଡିତ ରହିଛି, ଏଣୁ ମୁଁ ଏଭଳି ନିଷ୍ପତ୍ତି ନେବାକୁ ଉଚିତ ମଣିଲି। ଟାଙ୍ଗୀ-ସାଲେପୁର ଲୋକଙ୍କ ସହ
୨୫ ବର୍ଷ ହେଲା ଯୋଡିହୋଇ ରହିଛି, ଆଗାମୀ ଦିନରେ ମଧ୍ୟ ସେମାନଙ୍କ ଋଣ ସୁଝିବାକୁ ଚେଷ୍ଟା କରିବି ବୋଲି ସେ କହିଛନ୍ତି ।

ନର୍ବାଚନ ପୂର୍ବରୁ ବିଜେଡିକୁ ଆସି ସେ କଟକ-ବାରବାଟୀ ଆସନରୁ ଟିକେଟ ହାତେଇଥିଲେ। ୨୦୧୪ରେ ସାଲେପୁରରୁ କଂଗ୍ରେସ ଟିକେଟ୍‌ରେ ଜିତିଥିଲେ। ପରେ କଂଗ୍ରେସରୁ ବିଜେପି ଯାଇ ସେଠୁ ବିଜେଡିକୁ ଯାଇଥିଲେ ପ୍ରକାଶ । ତେବେ ପ୍ରକାଶଙ୍କ ଇସ୍ତଫା ନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନି । 

Related story