Advertisment

ବାଚସ୍ପତି ପଦ ଲାଗି ନାମାଙ୍କନ ପତ୍ର ଦାଖଲ କଲେ ପ୍ରମିଳା ମଲ୍ଲିକ

ଆସନ୍ତାକାଲି ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ହେବ।

Pramila mallik

Pramila mallik

Advertisment

ବାଚସ୍ପତି ପଦ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପ୍ରମିଳା ମଲ୍ଲିକ। ନାମାଙ୍କନ ପତ୍ର ଦାଖଲ ସମୟରେ ବିଜେଡିର ମନ୍ତ୍ରୀ ଓ ବିଧାୟକ ମାନେ ଉପସ୍ଥିତ ଥିଲେ। 

Advertisment

ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଗତକାଲି ବିଜେଡି ପ୍ରାର୍ଥୀ ଘୋଷଣା କରିଥିଲା। ଆଜି ସେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ।ଆସନ୍ତାକାଲି ସକାଳ ସାଢ଼େ ୯ଟାରେ ବାଚସ୍ପତି ପଦ ପାଇ ନିର୍ବାଚନ ହେବ।

ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ କରାଯିବା ପରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିଲା ବିଧାନସଭାର ବାଚସ୍ପତି ପଦ। କିଏ ହେବ ବାଚସ୍ପତି ସେନେଇ ଚର୍ଚ୍ଚା ଜୋର ଧରିଥିଲା। ଅନେକ ବରିଷ୍ଠ ନେତାଙ୍କ ନାଁ ସାମ୍ନାକୁ ଆସିଥିଲା। କିନ୍ତୁ ଗତକାଲି ବିଜେଡି ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣା କରିଥିଲା। ହେଲେ ଏପର୍ଯ୍ୟନ୍ତ ବିରୋଧୀ ଦଳ କାହାକୁ ବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣା କରି ନାହାନ୍ତି। ଏଥିପାଇଁ ପ୍ରମିଳା ମଲ୍ଲିକଙ୍କର କୌଣସି ପ୍ରତିଦ୍ୱନ୍ଦୀ ନଥିବାରୁ ସେ ବାଚସ୍ପତି ହେବେ ବୋଲି କୁହାଯାଉଛି।   

Advertisment

ବିଜେଡିର ପଞ୍ଚମ ପାଳି ସରକାରରେ ରାଜସ୍ୱ ମନ୍ତ୍ରୀ ଥିବା ପ୍ରମିଳା ମଲ୍ଲିକ ୬ ଥର ବିଧାୟିକା ହୋଇଛନ୍ତି। ସେହିଭଳି ବିଜେଡି ସରକାରରେ ଏକାଧିକ ଥର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଛନ୍ତି ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ। ପ୍ରମିଳା ବାଚସ୍ପତି ହେଲେ ସେ ହେବେ ଓଡ଼ିଶା ବିଧାନସଭାର ପ୍ରଥମ ମହିଳା ବାଚସ୍ପତି।

BjD Pramila Mallik
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe