Advertisment

ବାରିପଦାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସୁରକ୍ଷା କଡ଼ାକଡ଼ି

ରାଷ୍ଟ୍ରପତି ମୁର୍ମୁ ଆଜି ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପୂର୍ବାହ୍ନ ପ୍ରାୟ ୧୦ଟା ୪୫ରେ ବାରିପଦା ପୁଲିସ୍ ପଡ଼ିଆ ହେଲିପ୍ୟାଡରେ ପହଞ୍ଚିଥିଲେ।

author-image
Niharika Rout
ଅଦ୍ୟତନ ହୋଇଛି
President Of India

President Of India

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ବାରିପଦାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ମୁର୍ମୁ ଆଜି ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପୂର୍ବାହ୍ନ ପ୍ରାୟ ୧୦ଟା ୪୫ରେ ବାରିପଦା ପୁଲିସ୍ ପଡ଼ିଆ ହେଲିପ୍ୟାଡରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ ରଘୁବର ଦାସ , କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ପ୍ରମୁଖ ତାଙ୍କୁ ପାଛୋଟି ନେଇଥିଲେ। ଏହାପରେ କଡ଼ା ସୁରକ୍ଷା ମଧ୍ୟରେ ତାଙ୍କୁ ସାନ୍ତାଳୀ ଲେଖକ ସଂଘ ଅଧିବେଶନ ସ୍ଥଳକୁ ନିଆଯାଇଛି।

Advertisment

ରାଷ୍ଟ୍ରପତି ସେଠାରେ ପ୍ରଥମେ ବାରିପଦାରେ ୩୬ତମ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘ ଅଧିବେଶନରେ ଉଦବୋଧନ ଦେବେ। ଏହାପରେ ସର୍କିଟ୍ ହାଉସରେ ମଧ୍ୟାହ୍ନ ଭୋଜନ ଓ ବିଶ୍ରାମ ପରେ କୁଳିଅଣାରେ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଲୋକର୍ପଣ କରିବେ।

ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ହେବା ପରେ ମୟୂରଭଞ୍ଜ ଜିଲ୍ଲାକୁ ଦ୍ୱିତୀୟ ଥର ପାଇଁ ଆସିଛନ୍ତି ଦ୍ରୌପଦୀ ମୁର୍ମୁ। ମାଟିର ଝିଅକୁ ସ୍ୱାଗତ କରିବା ପାଇଁ ସାଧବ ବୋହୁ ପରି ସଜେଇ ହୋଇଛି ବାରିପଦା ଓ ରାଇରଙ୍ଗପୁର।

Advertisment

ଆସନ୍ତାକାଲି ବାଦାମପାହାଡ଼ରୁ ରାଇରଙ୍ଗପୁର ଟ୍ରେନ୍ ଯାତ୍ରାବେଳେ ଛାତ୍ରଛାତ୍ରୀଙ୍କ ସହ ଭାବ ବିନିମୟ କରିବେ ରାଷ୍ଟ୍ରପତି। ତାଙ୍କ ସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶେଶ୍ୱର ଟୁଡୁ ପ୍ରମୁଖ ସାମିଲ ହେବା କାର୍ଯ୍ୟକ୍ରମ ରହିଛି।

ରାଷ୍ଟ୍ରପତି ହେବା ପରେ ଦ୍ୱିତୀୟ ଥର ପାଇଁ ରାଇରଙ୍ଗପୁର ଯାଉଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେଠି ବି କିଛି ବିଶିଷ୍ଟ ବ୍ୟକ୍ତିଙ୍କୁ ଭେଟିବେ ଓ ନିଜ ମହୁଲଡିହା ବାସଭବନରେ ରାତ୍ରୀଯାପନ କରିବେ।

ମଙ୍ଗଳବାର ଶାଶୁଘର ପାହାଡ଼ପୁରରେ ଦକ୍ଷତା ବିକାଶ କେନ୍ଦ୍ର ଉଦଘାଟନ କରିବାପରେ ସ୍ୱାମୀ ଏବଂ ଦୁଇ ପୁଅଙ୍କ ସ୍ମୃତିରେ ଚାଲିଥିବା ଆବାସିକ ସ୍କୁଲରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ। ସେହିପରି ରାଇରଙ୍ଗପୁରରେ ପୋଷ୍ଟାଲ ଡିଭିଜନକୁ ଉଦଘାଟନ କରିବେ ରାଷ୍ଟ୍ରପତି। ଯାହାଦ୍ୱାରା ବାମନଘାଟି ଉପଖଣ୍ଡ ଅନ୍ତର୍ଗତ ୭ଟି ବ୍ଲକର ଲକ୍ଷ ଲକ୍ଷ ଲୋକଙ୍କୁ ଆଉ ୧୦୦ କିଲୋମିଟର ଅତିକ୍ରମ କରି ବାରିପଦା ଆସିବାକୁ ପଡିବନି। ତେଣୁ ସମଗ୍ର ମୟୂରଭଞ୍ଜ ଜିଲ୍ଲାବାସୀ ମହାମହିମଙ୍କୁ ଆସିବା ବାଟକୁ ଉତ୍କଣ୍ଠାରେ ଅପେକ୍ଷା କରିଛନ୍ତି।

President Of India Baripada