Advertisment

ଆଜି ଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ଗତକାଲି ନିଜ ଜନ୍ମମାଟି ତଥା ପୈତୃକ ଗାଁ ଉପରବେଡ଼ା ଯାଇଥିଲେ।

ଅଦ୍ୟତନ ହୋଇଛି
president of india

president of india

Advertisment

ଆଜି ଅପରାହ୍ଣରେ ଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଶେଷ ଦିନରେ ମୟୂରଭଞ୍ଜ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ମହାମହିମ। ବାଙ୍ଗିରିପୋଷି ରେଳ ଷ୍ଟେସନରେ ୩ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।

Advertisment

ବାଙ୍ଗରିପୋଷୀ-ଗୋରୁମହିଷାଣି, ବୁଡାମରା-ନ୍ୟୁ ଜାମଶୋଳା ନୂତନ ରେଳ ଲାଇନ୍, ବାଦାମପାହାଡ- କେନ୍ଦୁଝରଗଡ଼ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ରାଷ୍ଟ୍ରପତି। ଏହି ଲାଇନ୍ ଆଦିବାସୀ ବହୁଳ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାକୁ ସଂଯୋଗ କରିବ। ଯାହା ଖଣିବହୁଳ ଅନୁନ୍ନତ ଅଞ୍ଚଳରେ ଶିଳ୍ପ, ପର୍ଯ୍ୟଟନର ଅଭିବୃଦ୍ଧି ଘଟାଇବ। ଏଥିସହ ଆଭାସି ଜରିଆରେ ରାଇରଙ୍ଗପୁର ସହରରେ ତିନୋଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ରାଷ୍ଟ୍ରପତି। ଜନଜାତି ଅନୁସନ୍ଧାନ ଓ ବିକାଶ କେନ୍ଦ୍ର, ରାଇରଙ୍ଗପୁର ଦାଣ୍ଡବୋଷ ବିମାନବନ୍ଦର ଉନ୍ନତୀକରଣ ନିର୍ମାଣ ପାଇଁ ଶିଳାନ୍ୟାସ କରିବେ।

ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ପାଇଁ ଗତକାଲି ନିଜ ଜନ୍ମମାଟି ତଥା ପୈତୃକ ଗାଁ ଉପରବେଡ଼ା ଯାଇଥିଲେ। ମହୁଲଡିହା ଘରେ ଗତକାଲି ରାତିରେ ରହିଥିଲେ ମହାମହିମ। ନିଜ ଲୋକଙ୍କୁ ପାଖରେ ପାଇଁ ବେଶ ଖୁସି ପ୍ରକାଶ କରିଥିଲେ ରାଷ୍ଟ୍ରପତି। ଗାଁ ଝିଅଙ୍କୁ ପାଖରେ ପାଇ ଉପର ବେଡ଼ାବାସୀ ଖୁସି  ହୋଇଛନ୍ତି। ରାଷ୍ଟ୍ରପତିଙ୍କୁ ପ୍ରଥମରୁ ପଞ୍ଚମ ଯାଏଁ ପାଠ ପଢ଼ାଇଥିବା ଗୁରୁ ବି ନିଜକୁ ଧନ୍ୟ ମନେକରିଛନ୍ତି । 

Advertisment
Mayurbhanj President Of India
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe