Advertisment

୨୬ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ମେ’ ୪ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନି ଦିନିଆ ଓଡ଼ିଶା ଆସିଥିଲେ।

ଅଦ୍ୟତନ ହୋଇଛି
president-of-india-

president-of-india-

Advertisment

ଆସନ୍ତା ୨୬ ତାରିଖରେ ଦୁଇଦିନି ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ୨୬ ତାରିଖରେ ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତୀ ଉତ୍ସବର ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ। ଏହି ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି। ଏହା ସହ ନେତାଜୀ ମ୍ୟୁଜିୟମ ବୁଲି ଯିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। 

Advertisment

ସେହିଭଳି ୨୭ ତାରିଖରେ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଉତ୍ସବରେ ଯୋଗଦେବା ଲାଗି ୨୭ ତାରିଖରେ ରାଷ୍ଟ୍ରପତି ଭଦ୍ରକ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।  

ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗ୍ରସ୍ତ ପାଇଁ କଟକ ଓ ଭଦ୍ରକରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ। ଏନେଇ କଟକ ଓ  ଭଦ୍ରକ ପ୍ରଶାସନ ପକ୍ଷରୁ ବ୍ଲ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଥିବା ଜଣାପଡ଼ିଛି। 

Advertisment

ସୂଚନାଯୋଗ୍ୟ, ମେ’ ୪ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନି ଦିନିଆ ଓଡ଼ିଶା ଆସିଥିଲେ। ୪ ତାରିଖରେ ଶ୍ରୀମତୀ ମୁର୍ମୁ ନିଜ ଜନ୍ମମାଟି ରାଇରଙ୍ଗପୁର ଗସ୍ତରେ ଯାଇ ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସେହିପରି ୫ ତାରିଖରେ ରାଷ୍ଟ୍ରପତି ଶିମିଳିପାଳ ଅଭୟାରଣ୍ୟ ବୁଲିବାକୁ ଯାଇଥିଲେ। ୬ ତାରିଖରେ ଶ୍ରୀମତୀ ମୁର୍ମୁ ବାରିପଦାର ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଫେରିଯାଇଥିଲେ। 

Droupadi Murmu Cuttack Bhadrak President Of India
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe