ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଯାଜପୁର ଚଣ୍ଡିଖୋଲ ବେଣାପୁରଠାରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ। ଏଥିସହ ସେଠାରେ ଆୟୋଜିତ ବିରାଟ ସାଧାରଣ ସଭାରେ ଉଦବୋଧନ ଦେବେ।
ମୋଦିଙ୍କ ଗସ୍ତକୁ ଆଖି ଆଗରେ ରଖି ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ସମାବେଶସ୍ଥଳ ବେଣାପୁର ପଡିଆକୁ ଯାଇ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ।
Also Read
ଡିଜିପିଙ୍କ ସହ ଥିଲେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ, ଯାଜପୁର ଏସପି ଭିନିତ ଅଗ୍ରୱାଲଙ୍କ ସମେତ ବରିଷ୍ଠ ପୁଲିସ ଅଧିକାରୀ। ବେଣାପୁର ପଡ଼ିଆରେ ଅସ୍ଥାୟୀ ହେଲିପ୍ୟାଡ଼ କରାଯାଇଛି। ପରୀକ୍ଷାମୂଳକ ଭାବେ ବାୟୁସେନାର ଦୁଇଟି ହେଲିକପ୍ଟର ସେଠାରେ ଲ୍ୟାଣ୍ଡିଂ କରିଛି। ହେଲିପ୍ୟାଡ଼ ସହ ସଭାସ୍ଥଳ ତନଖି କରାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Politics
‘ମୋତେ ମାରିଦେଇଥା’ନ୍ତେ’
‘ପିଏସ୍ଓଠାରୁ ପିସ୍ତଲ ଛଡ଼ାଇ ମୋତେ ଫାୟାରିଂ କରିଥାନ୍ତେ। କୌଣସି ପ୍ରକାରେ ପିଏସ୍ଓ ସେମାନଙ୍କ କବଳରୁ ଖସିଯାଇଥିଲେ।’
Politics
ରାହୁଲଙ୍କ ସାମ୍ବାଦିକ ସମ୍ମିଳନୀ ବେଳେ କଟିଲା ବିଜୁଳି, ବିଜେପି କହିଲା- ଜୟରାମ କାଢ଼ିଥିଲେ ପ୍ଲଗ
ମାଇକ ବନ୍ଦ ହୋଇଯିବାରୁ ରାହୁଲ ଗାନ୍ଧି ଏଥିପାଇଁ ଆଦାନୀ ପାୱାର ଓ ମୋଦି ପାୱାର କଥା କହି କଟାକ୍ଷ କରିଥିଲେ।
Politics
‘ସେମାନଙ୍କ ସେ ଅଭ୍ୟାସ ଯାଇନି, ଭାବୁଛନ୍ତି ଏବେବି ଶାସନରେ ଅଛନ୍ତି’
ସେମାନଙ୍କ ଶାସନ ଗଲାଣି, ବିଜେପିର ଶାସନ ଆସିଲାଣି- ଏ କଥା ସେମାନେ ବୁଝିବା ଦରକାର ବୋଲି କହିଛନ୍ତି ବିଜେପି ବିଧାୟକ ସରୋଜ ପାଢ଼ୀ। ହେଲେ କାହା ଉଦ୍ଦେଶ୍ୟରେ ଏ କଥା କହିଛନ୍ତି ସେ?
Politics
ବବିଙ୍କ ଭାଇ କ୍ଷମାପ୍ରାର୍ଥନା ସହ ସରେଣ୍ଡର କଲେ କାହିଁକି?
ଗତକାଲି ଯାଜପୁରରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଥିଲା।