Advertisment

ରଘୁବର ଦାସ ଓଡ଼ିଶାର ରାଜ୍ୟପାଳ

ଏବେ ଓଡ଼ିଶାର ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲ କାର୍ଯ୍ୟ କରୁଛନ୍ତି। ତାଙ୍କ ସ୍ଥାନ ରଘୁବର ନେବେ।

author-image
Hemant Lenka
ଅଦ୍ୟତନ ହୋଇଛି
undefined

Raghubar Das

ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ମିଳିଛି ନୂଆ ଦାୟିତ୍ୱ। ସେ ଓଡ଼ିଶାର ରାଜ୍ୟପାଳ ହେବେ। ତାଙ୍କୁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପଦରେ ନିଯୁକ୍ତ କରିଛନ୍ତି।

Advertisment

ଏବେ ଓଡ଼ିଶାର ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲ କାର୍ଯ୍ୟ କରୁଛନ୍ତି। ତାଙ୍କ ସ୍ଥାନ ରଘୁବର ନେବେ। ପ୍ରଫେସର ଗଣେଶୀ ଲାଲ ୨୦୧୮ରେ ଓଡ଼ିଶାର ରାଜ୍ୟପାଳ ହୋଇଥିଲେ। ତାଙ୍କ କାର୍ଯ୍ୟକାଳ ୨୦୨୩ ମା’ ମାସରେ ଶେଷ ହୋଇଥିଲା। ଏହାପରେ ତାଙ୍କ କାର୍ଯ୍ୟକାଳକୁ ବୃଦ୍ଧି କରାଯାଇଥିଲା। ହେଲେ ରାଷ୍ଟ୍ରପତି ମୁର୍ମୁ ରାଜ୍ୟର ନୂଆ ରାଜ୍ୟପାଳ ଭାବେ ଶ୍ରୀ ଦାସଙ୍କ ନାଁ ଉପରେ ମୋହର ମାରିଛନ୍ତି।

୬୯ ବର୍ଷୀୟ ଶ୍ରୀ ଦାସ ୨୦୧୪ ଡିସେମ୍ବର ୨୮ ଝାରଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ସେ ୨୦୧୯ ଯାଏ ଏହି ପଦରେ ରହିଥିଲେ। ଏହାବାଦ ସେ ବିଜେପିର ରାଜ୍ୟ ସଭାପତି ଭାବେ ମଧ୍ୟ ଦୁଇ ଥର କାର୍ଯ୍ୟ କରିଛନ୍ତି। ଏବେ ସେ ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଭାବେ କାର୍ଯ୍ୟ କରୁଛନ୍ତି। ହେଲେ ଆଜି ତାଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି।

Advertisment

ଅନ୍ୟପକ୍ଷରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତ୍ରିପୁରାର ରାଜ୍ୟପାଳ ଭାବେ ଇନ୍ଦରସେନା ରେଡ୍ଡୀ ନାଲ୍ଲୁଙ୍କୁ ମଧ୍ୟ ନିଯୁକ୍ତି ଦେଇଛନ୍ତି। ଇନ୍ଦରସେନା ହେଉଛନ୍ତି ତେଲେଙ୍ଗାନା ବିଜେପିର ଜଣେ ବରିଷ୍ଠ ନେତା। ସେ ୩ଥର ବିଧାୟକ ମଧ୍ୟ ହୋଇଥିଲେ। ଏଥିସହ ସେ ଏବେ ବିଜେପିର ଜାତୀୟ ସାଧାରଣ ସମ୍ପାଦକ ପଦରେ କାର୍ଯ୍ୟ କରୁଛନ୍ତି। 

Odisha President Of India