Advertisment

ଓଡ଼ିଶାର ରାଜ୍ୟପାଳ ହେବେ ରଘୁବର ଦାସ

ଓଡ଼ିଶାର ରାଜ୍ୟପାଳ ନିଯୁକ୍ତ ନେଇ ପ୍ରତିକ୍ରିୟା ରଖିଲେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ ।

author-image
Manoj Swain

ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ମିଳିଛି ନୂଆ ଦାୟିତ୍ୱ। ସେ ଓଡ଼ିଶାର ରାଜ୍ୟପାଳ ହେବେ। ତାଙ୍କୁ ବୁଧବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପଦରେ ନିଯୁକ୍ତ କରିଛନ୍ତି। ଏବେ ଓଡ଼ିଶାର ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲ କାର୍ଯ୍ୟ କରୁଛନ୍ତି। ତାଙ୍କ ସ୍ଥାନ ରଘୁବର ନେବେ। ପ୍ରଫେସର ଗଣେଶୀ ଲାଲ ୨୦୧୮ରେ ଓଡ଼ିଶାର ରାଜ୍ୟପାଳ ହୋଇଥିଲେ। ତାଙ୍କ କାର୍ଯ୍ୟକାଳ ୨୦୨୩ ମେ’ ମାସରେ ଶେଷ ହୋଇଥିଲା। ଏହାପରେ ତାଙ୍କ କାର୍ଯ୍ୟକାଳକୁ ବୃଦ୍ଧି କରାଯାଇଥିଲା। ହେଲେ ରାଷ୍ଟ୍ରପତି ମୁର୍ମୁ ରାଜ୍ୟର ନୂଆ ରାଜ୍ୟପାଳ ଭାବେ ଶ୍ରୀ ଦାସଙ୍କ ନାଁ ଉପରେ ମୋହର ମାରିଛନ୍ତି।

Advertisment
Odisha Governor Of Odisha Raghubar Das