Advertisment

ଭରତପୁର ଥାନାରେ ପୁଲିସର ବର୍ବରକାଣ୍ଡ: କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କଲେ ରାହୁଲ ଓ ପ୍ରିୟଙ୍କା ଗାନ୍ଧି

କଂଗ୍ରେସ ନେତା ରାହୁଲ ଗାନ୍ଧି ଆଜି ଟ୍ୱିଟ୍ କରି କହିଛନ୍ତି ଯେ, ଓଡ଼ିଶାରେ ଘଟିଥିବା ଭୟଙ୍କର ଘଟଣା ଦେଶର ଆଇନବ୍ୟବସ୍ଥା ଉପରେ ଗୁରୁତର ପ୍ରଶ୍ନବାଚୀ ସୃଷ୍ଟି କରିଛି । ପୁଲିସର ସହାୟତା ମାଗିବାକୁ ଯାଇଥିବା ଜଣେ ସେନା ଅଫିସରଙ୍କୁ ଅମାନବୀୟ ଭାବେ ମାଡ଼ ମରାଯାଇଛି।

author-image
Ordigital Desk
Congress

Congress

ଭରତପୁର ଥାନାରେ ଭାରତୀୟ ସେନାର ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ଅମାନବୀୟ ନିର୍ଯାତନା ଘଟଣା ଏବେ ସମଗ୍ର ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । କଂଗ୍ରେସ ନେତା ରାହୁଲ ଗାନ୍ଧି ଓ ପ୍ରିୟଙ୍କା ଗାନ୍ଧି ଭଦ୍ରା ଆଜି ଏହି ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିବା ସହ ସମସ୍ତ ଦୋଷୀଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।

Advertisment

କଂଗ୍ରେସ ନେତା ରାହୁଲ ଗାନ୍ଧି ଆଜି ଟ୍ୱିଟ୍ କରି କହିଛନ୍ତି ଯେ, ଓଡ଼ିଶାରେ ଘଟିଥିବା ଭୟଙ୍କର ଘଟଣା ଦେଶର ଆଇନବ୍ୟବସ୍ଥା ଉପରେ ଗୁରୁତର ପ୍ରଶ୍ନବାଚୀ ସୃଷ୍ଟି କରିଛି । ପୁଲିସର ସହାୟତା ମାଗିବାକୁ ଯାଇଥିବା ଜଣେ ସେନା ଅଫିସରଙ୍କୁ ଅମାନବୀୟ ଭାବେ ମାଡ଼ ମରାଯାଇଛି। ତାଙ୍କର ବାନ୍ଧବୀଙ୍କୁ ହାଜତରେ ଉତ୍ପୀଡ଼ନ କରାଯାଇଛି । ଏହି ଘୃଣିତ ଘଟଣା ସମଗ୍ର ମାନବତାକୁ ଲଜ୍ଜିତ କରିଛି । ବିଜେପି ସରକାରରେ ମହିଳାମାନଙ୍କ ବିରୁଦ୍ଧରେ ଅପରାଧ ସମ୍ପୂର୍ଣ୍ଣ ଭାବେ ବେନିୟନ୍ତ୍ରଣ ଓ ନିରଙ୍କୁଶ ହୋଇଯାଇଛି । ଯେତେବେଳେ ସରକାରୀ ବ୍ୟବସ୍ଥା ଭିତରେ ଅନ୍ୟାୟ ହେଉଛି ଓ ଛତ୍ରଛାୟା ମିଳୁଛି ସେଠି ସାଧାରଣ ନାଗରିକ କାହାଠୁ ସହାୟତା ପାଇଁ ଆଶା କରିବ? ଏହି ଘଟଣାରେ ସମସ୍ତ ଦୋଷୀ କଠୋର କାର୍ଯ୍ୟାନୁଷ୍ଠାନର ପାତ୍ର। ସେମାନଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଭାରତର ଜନତା ବିଶେଷକରି ମହିଳାଙ୍କ ସମ୍ମୁଖରେ ନ୍ୟାୟ ଓ ସୁରକ୍ଷାର ଉଦାହରଣ ଉପସ୍ଥାପନ କରିବା ଦରକାର ବୋଲି ଶ୍ରୀ ଗାନ୍ଧି କହିଛନ୍ତି ।

ସେହିପରି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧି ଭଦ୍ରା ମଧ୍ୟ ଟ୍ୱିଟ୍ କରି କହିଛନ୍ତି ଯେ, ଓଡ଼ିଶାରେ ପୁଲିସର ସହାୟତା ମାଗିବାକୁ ଯାଇଥିବା ସେନା ଅଫିସର ଓ ତାଙ୍କ ବାନ୍ଧବୀଙ୍କ ସହ ପୁଲିସ ଯେଭଳି ବର୍ବରତା ଓ ଯୌନ ହିଂସା କରିଛି ସେଥିରେ ସମଗ୍ର ଦେଶ ସ୍ତବ୍ଧ ହୋଇଯାଇଛି ।

Advertisment

ସୂଚନାଯୋଗ୍ୟ, ସେନା ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ନିର୍ଯାତନା ଘଟଣାକୁ ନେଇ ଆଜି ରାଜ୍ୟର ଦୁଇ ପ୍ରମୁଖ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ମଧ୍ୟ ସରକାରକୁ କଡ଼ା ସମାଲୋଚନା କରିବା ସହ ବିଚାରବିଭାଗୀୟ ତଦନ୍ତ ଦାବି କରିଛନ୍ତି । ଦୋଷୀ ପୁଲିସ ଅଫିସରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ମଧ୍ୟ ଦାବି କରିଛନ୍ତି । ଅବଶ୍ୟ ରାଜ୍ୟ ସରକାର ଏହି ଘଟଣାକୁ ଅତ୍ୟନ୍ତ ଗୁରୁତ୍ୱର ସହ ବିଚାରକୁ ନେଇ ଦୋଷୀଙ୍କ ବିରୁଦ୍ଧରେ ନିଶ୍ଚିତ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଶ୍ୱାସନା ଦେଇଛନ୍ତି ।

Bhubaneswar Congress Rahul Gandhi