Advertisment

ଆଜି ରାୟଗଡ଼ା ଆସିବେ ରାହୁଲ ଗାନ୍ଧି

ଆଜି ରାହୁଲ କର୍ମୀଙ୍କୁ କଣ ଗୁରୁମନ୍ତ୍ର ଦେଉଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି।

ଅଦ୍ୟତନ ହୋଇଛି
Rahul Gandhi

Rahul Gandhi

Advertisment

ଆଜି ରାୟଗଡା ଆସିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ଏଥିପାଇଁ କଂଗ୍ରେସ ଶିବିରରେ ଉତ୍ସାହ ଦେଖିବାକୁ ମିଳିଛି। ରାହୁଲ ମଧ୍ୟାହ୍ନ ୧୨ଟାରେ ହେଲିକେପ୍ଟର ଯୋଗେ ରାୟଗଡାରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି। ଏହା ପରେ ସ୍ଥାନୀୟ ଜିଆଇଏସିଆର୍ କଲେଜ ସମ୍ମୁଖ ପଡିଆରେ ଆୟୋଜିତ ବିରାଟ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିବେ।

Advertisment

ଏହି କାର୍ଯ୍ୟକ୍ରମରେ ତେଲେଙ୍ଗାନା ଉପମୁଖ୍ୟମନ୍ତ୍ରୀ ଏମ୍.ବିକ୍ରମ ଭଟ୍ଟୀ, ପିସିସି ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ବହୁ ବରିଷ୍ଠ ନେତା ଯୋଗଦେବେ। ଗତକାଲି ରାୟଗଡା ଜିଲ୍ଲା କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦିଆଯାଇଥିଲା।

ସୂଚନାଯୋଗ୍ୟ, ୨୮ ତାରିଖରେ ରାହୁଲ ଗାନ୍ଧି ଓଡ଼ିଶା ଆସି ଓଡ଼ିଶା କଂଗ୍ରେସ ପାଇଁ ନିର୍ବାଚନୀ ବିଗୁଲ ଫୁଙ୍କିଥିଲେ। ସାଲେପୁର ସଭାରେ ନିଜ ଅଭିଭାଷଣ ଆରମ୍ଭରୁ ନବୀନଙ୍କୁ କରିଛନ୍ତି ସିଧା ହାମଲା କରିଥିଲେ। ତେବେ ଆଜି ରାୟଗଡ଼ାରେ ସଭାରେ କର୍ମୀଙ୍କୁ ରାହୁଲ କ’ଣ ଗୁରୁମନ୍ତ୍ର ଦେଉଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି।

Advertisment
Congress Rahul Gandhi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe