Advertisment

ଆଜି ବଲାଙ୍ଗିର ଆସିବେ ରାହୁଲ ଗାନ୍ଧି

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଆସନ୍ତା ୧୬ତାରିଖରେ ଓଡ଼ିଶା ଆସିବେ।

ଅଦ୍ୟତନ ହୋଇଛି
undefined

Rahul Gandhi

Advertisment

ଆଜି ବଲାଙ୍ଗିର ଗସ୍ତରେ ଆସିବେ କଂଗ୍ରେସର ଷ୍ଟାର କ୍ୟାମ୍ପେନର ରାହୁଲ ଗାନ୍ଧି। ଏଥିପାଇଁ ଚଳଚଞ୍ଚଳ କଂଗ୍ରେସ କ୍ୟାମ୍ପ। କଂଗ୍ରେସ ନେତା ରାହୁଲ ଗାନ୍ଧି ଆଜି ପୂର୍ବାହ୍ନ ୧୧ଟାରେ ଭୁବନେଶ୍ୱରରେ ପହଂଚି ସିଧାସଳଖ ବଲାଙ୍ଗିର ଯିବେ।

Advertisment

 ସେଠାରେ ନିର୍ବାଚନୀ ସଭା ଓ ବାଇକ ରାଲିରେ ସାମିଲ ହୋଇ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି। ବଲାଙ୍ଗିର ବିଧାନସଭା ପ୍ରାର୍ଥୀ ସମରେନ୍ଦ୍ର ମିଶ୍ରଙ୍କ ପାଇଁ ରାହୁଲ ପ୍ରଚାର ମଇଦାନକୁ ଓହ୍ଲାଇବେ ବୋଲି ଜଣାପଡ଼ିଛି।

ସେହିପରି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଆସନ୍ତା ୧୬ତାରିଖରେ ଓଡ଼ିଶା ଆସିବେ। ସେ ଫୁଲବାଣୀ ଯାଇ ସେଠାରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ। ଏହାପରେ ଭୁବନେଶ୍ୱର ଫେରି ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି ।

Advertisment
Congress Lok Sabha Election 2024 Odisha Assembly Election 2024
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe