Advertisment

ରଣେନ୍ଦ୍ର ପ୍ରତାପ ସ୍ୱାଇଁ ହେଲେ କାମଚଳା ବାଚସ୍ପତି

୧୯ ତାରିଖ ଦିନ ନୂଆ ବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ହେବ ବୋଲି ଜଣାପଡ଼ିଛି।

ଅଦ୍ୟତନ ହୋଇଛି
Ranendra Swain

Ranendra Swain

Advertisment

ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ହେଲେ କାମଚଳା ବାଚସ୍ପତି। ସପ୍ତଦଶ ବିଧାନସଭାର କାମଚଳା ବାଚସ୍ପତି ଭାବରେ ସେ ଶପଥ ନେଇଛନ୍ତି। ଆଜି ତାଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ଥିଲେ।

Advertisment

କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ୧୮ ଓ ୧୯ ତାରିଖରେ ବିଧାନସଭାରେ ନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ। ଏହାପରେ ୨୦ ତାରିଖରେ ବାଚସ୍ପତି ନିର୍ବାଚନକୁ ପରିଚାଳନା କରିବେ।

୧୯ ତାରିଖ ଦିନ ନୂଆ ବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ହେବ ବୋଲି ଜଣାପଡ଼ିଛି। ବିଜେପି ନିଜର ବରିଷ୍ଠ ନେତ୍ରୀ ସୁରମା ପାଢ଼ୀଙ୍କୁ ବାଚସ୍ପତି ପଦରେ ଆସୀନ କରାଇପାରେ ବୋଲି ଚର୍ଚ୍ଚା ହେଉଛି। ବିଧାନସଭାରେ ବିଜେପିର ୭୮ ବିଧାୟକ ଓ ୩ଜଣ ସ୍ୱାଧୀନ ବିଧାୟକଙ୍କ ସମର୍ଥନ ଥିବାରୁ ଉଭୟ ବାଚସ୍ପତି ଓ ଉପବାଚସ୍ପତି ପଦ ବିଜେପି ପାଖରେ ରହିବ ବୋଲି ଜଣାପଡ଼ିଛି।

Advertisment

ବିଧାନସଭା ଓ ସଂସଦରେ ସ୍ୱଳ୍ପ ସମୟ ପାଇଁ ଗୃହ କାର୍ଯ୍ୟ ପରିଚାଳନା ପାଇଁ କାମଚଳା ବାଚସ୍ପତି ନିଯୁକ୍ତି କରାଯାଇଥାଏ। ବରିଷ୍ଠ ବିଧାୟକଙ୍କୁ ପ୍ରୋଟେମ୍ ସ୍ପକର ବା କାମଚଳା ବାଚସ୍ପତି ଭାବରେ ଦିଆଯାଏ ନିଯୁକ୍ତି।

Ranendra Pratap Swain Pro-Tem Speaker
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe