Advertisment

ରାଜ୍ୟପାଳଙ୍କ ପୁଅଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଥିବା ଏଏସଓଙ୍କୁ ବଦଳି

ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଶ୍ରୀ ପ୍ରଧାନଙ୍କୁ ତତ୍କାଳ ପ୍ରଭାରୁ ଗୃହ ବିଭାଗକୁ ବଦଳି କରାଯାଇଛି। ସଂସଦୀୟ ବ୍ୟାପାର ବିଭାଗରେ କାର୍ଯ୍ୟରତ ଏଏସଓ ଶ୍ରୀ ପ୍ରଧାନ ରାଜଭବନକୁ ଡେପୁଟେସନରେ ଯାଇଛନ୍ତି।

undefined

Loka Seva Bhavan

Advertisment

ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୁଦ୍ଧରେ ସଙ୍ଗୀନ ଅଭିଯୋଗ ଆଣି ଚର୍ଚ୍ଚାରେ ଥିବା ଆସିଷ୍ଟାଂଟ ସେକ୍ସନ ଅଫିସର(ଏଏସଓ) ବୈକୁଣ୍ଠନାଥ ପ୍ରଧାନଙ୍କୁ ଆଜି ରାଜ୍ୟ ସରକାର ବଦଳି କରିଛନ୍ତି ।

Advertisment

ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଶ୍ରୀ ପ୍ରଧାନଙ୍କୁ ତତ୍କାଳ ପ୍ରଭାରୁ ଗୃହ ବିଭାଗକୁ ବଦଳି କରାଯାଇଛି । ସଂସଦୀୟ ବ୍ୟାପାର ବିଭାଗରେ କାର୍ଯ୍ୟରତ ଏଏସଓ ଶ୍ରୀ ପ୍ରଧାନ ରାଜଭବନକୁ ଡେପୁଟେସନରେ ଯାଇଛନ୍ତି । ଆଜି ତାଙ୍କୁ ଗୃହ ବିଭାଗକୁ ବଦଳି କରାଯିବା ସହ ଖାଲିଥିବା ପଦବୀରେ ନିଯୁକ୍ତି ମିଳିବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି ।

ଉଲ୍ଲେଖଯୋଗ୍ୟ, ଶ୍ରୀ ପ୍ରଧାନ ରାଜ୍ୟପାଳଙ୍କ ପୁଅ ଲଳିତଙ୍କ ବିରୁଦ୍ଧରେ ମରଣାନ୍ତକ ଆକ୍ରମଣର ଅଭିଯୋଗ ଆଣିଥିଲେ । ଏପରିକି ପୁରୀ ସମୁଦ୍ରକୂଳ ଥାନାରେ ମଧ୍ୟ ଏନେଇ ବିଧିବଦ୍ଧ ଏତଲା ରୁଜୁ ହୋଇଥିଲା । ପରେ ସଚିବାଳୟ ସେବା ସଂଘର  ସହଯୋଗରେ ଏହି ଅଭିଯୋଗ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟପାଳ ରଘୁବର ଦାସଙ୍କୁ ସପତ୍ନୀକ ଭେଟି ନିଜର ଅଭିଯୋଗ ଜଣାଇଥିଲେ । ସରକାର ତାଙ୍କୁ ନ୍ୟାୟ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ରାଜ୍ୟପାଳ ଶ୍ରୀ ଦାସ ନିଜେ ଏହି ଘଟଣାରେ ହସ୍ତକ୍ଷେପ କରି ପୀଡ଼ିତ ଶ୍ରୀ ପ୍ରଧାନ ଓ ତାଙ୍କ ପତ୍ନୀଙ୍କୁ ଡାକି ଘଟଣା ସମ୍ପର୍କରେ ଆଲୋଚନା କରିଥିଲେ । ଏହାସହିତ ସେମାନଙ୍କୁ ଉପଯୁକ୍ତ ନ୍ୟାୟ ୭ଦିନ ମଧ୍ୟରେ ମିଳିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଏଏସଓ ଶ୍ରୀ ପ୍ରଧାନଙ୍କ ପତ୍ନୀ ସାୟୋଜୀ କୁମାରୀ ପ୍ରଧାନ କହଥିଲେ ଯେ, ଆମେ ଧେର୍ଯ୍ୟର ସହ ଅପେକ୍ଷା କରିଛୁ, ଆମକୁ ନ୍ୟାୟ ଦେବା ପାଇଁ ରାଜ୍ୟପାଳ କ’ଣ ପଦକ୍ଷେପ ନେଉଛନ୍ତି । ତା’ପରେ ଆମେ ପରବର୍ତ୍ତୀ ପଦକ୍ଷେପ ନେବୁ ।

Advertisment
Loka Seva Bhavan
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe