5-T ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କ ସୁରକ୍ଷା ସଂପର୍କିତ RTI କପିକୁ ଜାଲ୍ ବୋଲି କହିଛନ୍ତି ପୁଲିସ କମିଶନର ସଞ୍ଜିବ ପଣ୍ଡା। ସାମ୍ବାଦିକ ସମ୍ମିଳନୀରେ ସିପି କହିଛନ୍ତି- ଆମ ପକ୍ଷରୁ ଏଭଳି କୌଣସି ଡକ୍ୟୁମେଣ୍ଟ ଦିଆଯାଇନି।
ସୂଚନା ଅଧିକାର କର୍ମୀ ଫେକ୍ ଡକ୍ୟୁମେଣ୍ଟ ଦେଖାଇ ପ୍ରେସମିଟ୍ କରିଥିଲେ। ସୂଚନା ଅଧିକାର କର୍ମୀଙ୍କ ନାଁରେ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି। ପାଣ୍ଡିଆନଙ୍କ ସୁରକ୍ଷାରେ ୭୪ ଜଣ ପୁଲିସ କର୍ମଚାରୀଙ୍କ ସହ ଗୋଟିଏ ଗାଡ଼ି ମଧ୍ୟ ଗୃହ ବିଭାଗ ଯୋଗାଇ ଦେଇଥିବା RTI ତଥ୍ୟ ମିଳିଥିବା ରାଜ୍ୟ ସୂଚନା ଅଧିକାରଅଭିଯାନ - ଓସା ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଥିଲା।
Also Read
ଏ ତଥ୍ୟ କମିଶନରେଟ୍ ପୁଲିସର ରିଜର୍ଭ ପୁଲିସ ଅଫିସ୍ ରୁ ମିଳିଥିବା ଦର୍ଶାଇଥିଲା ଓସା। ତେବେ ସେଭଳି କୌଣସି ଡକ୍ୟୁମେଣ୍ଟ ଦିଆଯାଇ ନାହିଁ ବୋଲି ଆଜି ସିପି ସ୍ପଷ୍ଟ କରିଛନ୍ତି। ସେପଟେ ପୁଲିସ ରୁଜୁ କରିଥିବା ମାମଲାକୁ ଚକ୍ରାନ୍ତ କହିଲେ RTI କର୍ମୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
Politics
ପ୍ରିୟଙ୍କା ଗାନ୍ଧିଙ୍କ ସଦସ୍ୟତାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ
ପ୍ରିୟଙ୍କା ଗାନ୍ଧି ନାମାଙ୍କନ ପତ୍ରରେ ସମ୍ପତ୍ତିର ସବିଶେଷ ତଥ୍ୟ ଦେଇନଥିବା ଅଭିଯୋଗ। କେରଳ ହାଇକୋର୍ଟରେ ପିଟିସନ ଦାଖଲ କଲେ ୱାୟନାଡ ଉପନିର୍ବାଚନରେ ପରାଜିତ ବିଜେପି ନେତ୍ରୀ।
Politics
ନିର୍ବାଚନ ନିୟମରେ ସଂଶୋଧନ: ବ୍ୟବସ୍ଥିତ ଷଡ଼ଯନ୍ତ୍ର କଥା କହି କେନ୍ଦ୍ରକୁ ଟାର୍ଗେଟ କଲେ ଖଡଗେ
କେନ୍ଦ୍ର ସରକାର ନିର୍ବାଚନ କମିଶନଙ୍କ ସ୍ୱାଧୀନତାରେ ବୁଝମଣା କରିବାରେ ଲାଗିଛନ୍ତି ଓ ଏପରି ସଂଶୋଧନ ସମ୍ବିଧାନ ଓ ଗଣତନ୍ତ୍ର ଉପରେ ଆକ୍ରମଣ ବୋଲି ଖଡଗେ ଅଭିଯୋଗ କରିଛନ୍ତି।
Politics
ବିଜୁ ବାବୁ ଡେଙ୍ଗା, ଜୟ ବାବୁ ଡେଙ୍ଗା...
କିଏ ଓ କାହିଁକି ବୈଜୟନ୍ତ ପଣ୍ଡାଙ୍କ ବିରୋଧରେ ନବୀନ ପଟ୍ଟନାୟକଙ୍କୁ କହୁଥିଲେ।
Politics
ନୂଆବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ
ମହିଳା, ଛୋଟ ପିଲା ଓ ବୟସ୍କ ବ୍ୟକ୍ତିମାନଙ୍କ ପାଇଁ ଦର୍ଶନ କିପରି ସୁଙ୍ଗମ ହେବ ସେଥି ପାଇଁ ଭିନ୍ନ ଏକ ବ୍ୟବସ୍ଥା କରାଯାଇଛି।