Advertisment

ଆଜି ଓଡ଼ିଶା ଆସିବେ ମୁଖ୍ୟ ନିର୍ବାଚନ କମିଶନର

୧୬ ତାରିଖରେ ନିର୍ବାଚନ କମିଶନର ବିଭିନ୍ନ ଜାତୀୟ ଏବଂ ଆଂଚଳିକ ରାଜନୈତିକ ଦଳ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି।

ଅଦ୍ୟତନ ହୋଇଛି
RAJEEV_KUMAR

RAJEEV_KUMAR

Advertisment

ଆସନ୍ତା ସାଧାରଣ ନିର୍ବାଚନର ପ୍ରସ୍ତୁତି ସମୀକ୍ଷା ନେଇ ଆଜି ଓଡ଼ିଶା ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିଶନର। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ନେତୃତ୍ୱରେ ୭ ଜଣିଆ ଅଧିକାରୀମାନଙ୍କ ଏକ ଟିମ୍ ମଧ୍ୟ ଓଡ଼ିଶା ଆସୁଛନ୍ତି। ଏହି ଟିମ୍ ଆଜିଠୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ।

Advertisment

୧୬ ତାରିଖରେ ନିର୍ବାଚନ କମିଶନର ବିଭିନ୍ନ ଜାତୀୟ ଏବଂ ଆଂଚଳିକ ରାଜନୈତିକ ଦଳ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ରାଜ୍ୟ ପଦାଧିକାରୀ, ଡିଇଓ,ଏସପି, ସିପି ଏବଂ ଆଇଜିଙ୍କ ସହ ମଧ୍ୟ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି।

ଏହା ପରଦିନ ଅର୍ଥାତ୍ ୧୭ ତାରିଖରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ନୋଡାଲ ଅଫିସର, ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି ଏବଂ ଏନଫୋର୍ସମେଣ୍ଟ ଏଜେନ୍ସି ସହ ନିର୍ବାଚନ ବାବଦରେ ସମୀକ୍ଷା କରିବେ ନିର୍ବାଚନ କମିଶନଙ୍କ ଟିମ୍।

Advertisment
Rajiv Kuma
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe