Advertisment

ସରପଞ୍ଚଙ୍କ ପରେ ବଢ଼ିଲା ମେୟରଙ୍କ ଦରମା; ଥିଲା ୮ ହଜାର, ମିଳିବ ୫୦ ହଜାର

ଆଜି ହୋଇଥିବା ଘୋଷଣା ଅନୁଯାୟୀ, ମେୟରଙ୍କ ଦରମା ୫୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏଥିସହ ବର୍ଦ୍ଧିତ ଦରମା ଆକାରରେ ଡେପୁଟି ମେୟର ପାଇବେ ୨୦ ହଜାର ଟଙ୍କା ।

ଅଦ୍ୟତନ ହୋଇଛି
Salary

Salary

Advertisment

ସାଧାରଣ ନିର୍ବାଚନ ପୂର୍ବରୁ ବିଭିନ୍ନ ବର୍ଗଙ୍କୁ ଖୁସି କରିବାକୁ ଚେଷ୍ଟା କରୁଛନ୍ତି ରାଜ୍ୟ ସରକାର। ପୂର୍ବରୁ ରାଜ୍ୟ ସରକାର ପଞ୍ଚାୟତିରାଜ ପ୍ରତିନିଧିଙ୍କ ଦରମା ବୃଦ୍ଧି କରିଥିବା ବେଳେ ଆଜି ପୌରାଞ୍ଚଳଗୁଡ଼ିକର ନିର୍ବାଚିତ ପ୍ରତିନିଧିଙ୍କ ଦରମା ବୃଦ୍ଧି କରିଛନ୍ତି। ରାଜ୍ୟ ସରକାରଙ୍କ ଏହି ଘୋଷଣା ଫଳରେ ମେୟର, ଡେପୁଟି ମେୟର, ପୌର ପରିଷଦ ଅଧ୍ୟକ୍ଷ ତଥା ପୌର ପରିଷଦ ଉପାଧ୍ୟକ୍ଷ, ମହାନଗର ନିଗର କର୍ପୋରେଟର ପ୍ରମୁଖ ଉପକୃତ ହେବେ।

Advertisment

ଆଜି ହୋଇଥିବା ଘୋଷଣା ଅନୁଯାୟୀ, ମେୟରଙ୍କ ଦରମା ୫୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏଥିସହ ବର୍ଦ୍ଧିତ ଦରମାର ଆକାରରେ ଡେପୁଟି ମେୟର ପାଇବେ ୨୦ ହଜାର ଟଙ୍କା। ପୌର ପରିଷଦ ଅଧ୍ୟକ୍ଷଙ୍କ ଦରମା ୧୫ ହଜାରକୁ ବୃଦ୍ଧି ପାଇଥିବା ବେଳେ ପୌର ପରିଷଦ ଉପାଧ୍ୟକ୍ଷ ଏଣିକି ପାଇବେ ୧୦ ହଜାର ଟଙ୍କା।

ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞାପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ଦରମା ଓ ଭତ୍ତା ବୃଦ୍ଧି ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।

Advertisment

ମହାନଗର ନିଗମ ମେୟରମାନେ ପୂର୍ବରୁ ପାରିତୋଷିକ ଭାବେ ୮ ହଜାର ଟଙ୍କା ପାଉଥିବା ବେଳେ ଏହାକୁ ସଂଶୋଧନ କରାଯାଇ ୫୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଡେପୁଟି ମେୟରଙ୍କ ପାରିତୋଷିକ ମାସକୁ ୫ ହଜାରରୁ ୨୦ ହଜାରକୁ ବୃଦ୍ଧି କରାଯାଇଛି।

ପୌର ପରିଷଦ ଅଧ୍ୟକ୍ଷଙ୍କ ପାରିତୋଷିକ ମାସକୁ ୧୫୦୦ ଟଙ୍କାରୁ ୧୫ ହଜାର ଟଙ୍କା ଓ ଉପାଧ୍ୟକ୍ଷଙ୍କ ପାରିତୋଷିକ ୧୨୦୦ରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

ମହାନଗର ନିଗର କର୍ପୋରେଟରମାନେ ପ୍ରତି ବୈଠକ ପାଇଁ ଭତ୍ତା ବାବଦକୁ ୭ ଶହ ଟଙ୍କା ପାଉଥିବା ବେଳେ ଏବେ ଏହାକୁ ୨ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ବିଭିନ୍ନ ପୌର ପରିଷଦ ଓ ଏନଏସିର କାଉନସିଲରଙ୍କ ଭତ୍ତା ୧୫୦ ଟଙ୍କାରୁ ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାବାଦ ମହାନଗର ନିଗaର ଷ୍ଟାଣ୍ଡିଂ କମିଟି ସଦସ୍ୟମାନଙ୍କୁ ବୈଠକ ସମୟରେ ଦୈନିକ ୨ ଶହ ଟଙ୍କା ଭତ୍ତା ମିଳିବ।

ପୌରାଞ୍ଚଳଗୁଡ଼ିକର ନିର୍ବାଚିତ ପ୍ରତିନିଧିଙ୍କ ପାଇଁ ଅନୁକମ୍ପା ସହାୟତା ଲାଗୁ କରାଯିବା ବିଷୟ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୃତ୍ୟୁ କ୍ଷେତ୍ରରେ ଏହି ସହାୟତା ରାଶି ୨ ଲକ୍ଷ ଟଙ୍କା ରଖା ଯାଇଥିବା ବେଳେ ସମ୍ପୂର୍ଣ୍ଣ ଓ ଆଂଶିକ ଅକ୍ଷମତା କ୍ଷେତ୍ରରେ ଯଥାକ୍ରମେ ୨ ଲକ୍ଷ ଓ ୧ ଲ‍କ୍ଷ ଟଙ୍କା ରଖାଯାଇଛି।

ବର୍ତ୍ତମାନ ରାଜ୍ୟର ବିଭିନ୍ନ ମ୍ୟୁନିସିପାଲିଟି ଓ ଏନଏସିରେ ୧୬୯୬ କାଉନସିଲର ଓ ମହାନଗର ନିଗମରେ ୨୪୪ ଜଣ କର୍ପୋରେଟର ନିର୍ବାଚିତ ହୋଇ କାମ କରୁଛନ୍ତି।

Bhubaneswar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe